Posted inଖେଳ

ଫିଫା ମୁଖ୍ୟଙ୍କ ବଡ଼ ସୂଚନା: ବିଶ୍ୱକପ୍‌ ଖେଳିବ ଇରାନ୍‌

ପ୍ୟାରିସ୍‌,୧୬ା୪: ଆସନ୍ତା ଜୁନ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ରେ ଇରାନ୍‌ ଖେଳିବ। ଏ ନେଇ ଫିଫା ମୁଖ୍ୟ ଜିଆନି ଇନ୍‌ଫାଣ୍ଟିନୋ ଗୁରୁବାର ସ୍ପଷ୍ଟ କରିଛନ୍ତି।

ଆମେରିକା, ମେକ୍ସିିକୋ ଓ କାନାଡା ମିଳିତ ଭାବେ ବିଶ୍ୱ କ୍ରୀଡ଼ାର ସବୁଠୁ ବଡ଼ ଟୁର୍ନାମେଣ୍ଟର ୨୩ତମ ସଂସ୍କରଣ ଆୟୋଜନ କରିବେ। ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ କାରଣରୁ ଇରାନ ବିଶ୍ୱକପ୍‌ରେ ଭାଗନେବ କି ନାହିଁ, ସେ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ଏପରିକି ଇରାନ ତା’ର ଗ୍ରୁପ୍‌ ମ୍ୟାଚ୍‌କୁ ଆମେରିକା ବଦଳରେ ମେକ୍ସିକୋରେ ଆୟୋଜନ କରିବା ଲାଗି ଫିଫାକୁ ଅନୁରୋଧ କରିଥିଲା, ଯାହାକୁ ପରେ ପ୍ରତ୍ୟାଖ୍ୟାନ କରାଯାଇଥିଲା। ଗ୍ରୁପ୍‌-ଜି’ରେ ସ୍ଥାନ ପାଇଥିବା ଏସିଆର ଟପ୍‌ ଫୁଟ୍‌ବଲ ଦଳକୁ ଆମେରିକାର ଲସ୍‌ ଏଞ୍ଜେଲ୍ସରେ ଦୁଇଟି ଓ ସିଆଟେଲରେ ଗୋଟିଏ ମ୍ୟାଚ୍‌ ଖେଳିବାର ଅଛି।

ସିଏନ୍‌ବିସି ଦ୍ୱାରା ଆୟୋଜିତ ଇକୋନୋମିକ୍‌ କନଫରେନ୍ସରେ ଇନ୍‌ଫାଣ୍ଟିନୋ କହିଛନ୍ତି, ଇରାନ ନିଶ୍ଚିତ ଆସୁଛି। ବିଶ୍ୱକପ୍‌ ବେଳକୁ ପରିସ୍ଥିତି ଶାନ୍ତିପୂର୍ଣ୍ଣ ଥିବ, ଯାହାକି ନିଶ୍ଚିତ ସାହାଯ୍ୟ କରିବ ବୋଲି ଆମେ ଆଶା କରୁଛୁ। କିନ୍ତୁ ଇରାନକୁ ଆସିବାକୁ ପଡ଼ିବ। ସେମାନେ ଦେଶବାସୀଙ୍କ ପ୍ରତିନିଧିତ୍ୱ କରନ୍ତି। ସେମାନେ ଯୋଗ୍ୟତା ହାସଲ କରିଛନ୍ତି ଏବଂ ଖେଳିବାକୁ ମଧ୍ୟ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି…

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ

ବେଙ୍ଗାଲୁରୁ,୧୮।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ଅପରାହ୍ନ ୪ଟାରେ ତାଙ୍କର ହୃଦଘାତରେ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri