ଆଇଏମ୍‌ଡିର ବଡ଼ ସୂଚନା: ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୧୨।୫: ଭାରତ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୋମବାର ଏକ ବଡ଼ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଆଣ୍ଡାମାନ ଛୁଇଁବ ବୋଲି ଆଇଏମ୍‌ଡି ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।

ଭାରତ ପାଣିପାଗ ବିଭାଗ (ଆଇଏମଡି) ଉଲ୍ଲେଖ କରିଛି ଯେ, ୩ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ନିମ୍ନ ଟ୍ରପୋସ୍ଫେରିକସ୍ତରରେ ପଶ୍ଚିମ ବାୟୁ ପ୍ରାୟ ୨୦ ନଟ୍ସ ପର୍ଯ୍ୟନ୍ତ ତୀବ୍ର ହୋଇଛି, ଯାହା ମୌସୁମୀର ଆଗମନ ପାଇଁ ଅନୁକୂଳ ରହିଛି।

ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ, ଚଳିତ ବର୍ଷ ଶୀଘ୍ର ମୌସୁମୀ ଛୁଇଁବ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୭ ମେ’ରେ କେରଳ ପହଞ୍ଚିପାରେ ବୋଲି ପୂର୍ବରୁ ଭାରତ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ସାଧାରଣତଃ ମୌସମୀ ଜୁନରେ କେରଳରେ ପହଞ୍ଚି ଥାଏ। କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଯଦି ମୌସୁମୀ ୨୭ ମେ’ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ଏହା ପ୍ରଥମ ଥର ହେବ । ୨୦୦୯ରେ ମୌସୁମୀ ୨୩ ମେ’ରେ କେରଳରେ ପହଞ୍ଚିଥିଲା।

ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ ୧ରେ କେରଳରେ ପହଞ୍ଚିବା ପରେ ସାରା ଭାରତରେ ବର୍ଷା ହୋଇଯାଇଥାଏ। ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବରରେ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ମୌସୁମୀ ଫେରିଯାଇ ବୋଲି ଆକଳନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri