POK ରୁ ବଡ଼ ଖବର, ଖାଦ୍ୟ ମହଜୁଦ ରଖିବା ପାଇଁ ଜନତାଙ୍କୁ ନିର୍ଦ୍ଦେଶ ଦେଲେ ଶେହବାଜ, ହେବ କି ବଡ଼ ଯୁଦ୍ଧ!

ନୂଆଦିଲ୍ଲୀ,୨।୫: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶରେ ଉତ୍ତେଜନା ଦେଖିବାକୁ ମିଳିିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ, ସମସ୍ତେ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରୁଛନ୍ତି। ପୂରା ଦେଶ ଏକଠି ଭାରତ ସରକାରଙ୍କୁ ଅନୁରୋଧ କରୁଛି ଯେ ଏବେ ପାକ ଅଧିକୃତ କଶ୍ମୀର (POK)କୁ ଭାରତକୁ ଫେରାଇ ଆଣିବାର ସମୟ ଆସିଛି।

ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା କଠୋର ନିଷ୍ପତ୍ତିକୁ ପାକିସ୍ତାନ ଭୟଭୀତ ହୋଇଯାଇଛି। ଏହି ସମୟରେ, ପାକ୍‌ ଅଧିକୃତ କଶ୍ମୀରରେ, ସ୍ଥାନୀୟ ପ୍ରଶାସନ ସୀମା ନିକଟରେ ରହୁଥିବା ଲୋକମାନଙ୍କୁ ଦୁଇ ମାସ ପାଇଁ ଖାଦ୍ୟ ସାମଗ୍ରୀ ମହଜୁଦ ରଖିବାକୁ ଅପିଲ କରିଛି। ସମ୍ବାଦ ସରବରାହ ସଂସ୍ଥା ଏଏଫପିର ରିପୋର୍ଟ ଅନୁଯାୟୀ, ପିଓକେ ପ୍ରଧାନମନ୍ତ୍ରୀ ଚୌଧୁରୀ ଅନୱରୁଲ ହକ ବିଧାନସଭାରେ କହିଛନ୍ତି ଯେ ୧୩ଟି ନିର୍ବାଚନମଣ୍ଡଳୀରେ ଦୁଇ ମାସ ପାଇଁ ଖାଦ୍ୟ ସାମଗ୍ରୀ ସଂରକ୍ଷଣ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

ଏହି ୧୩ଟି ର୍ନିବାଚନମଣ୍ଡଳୀରେ ଖାଦ୍ୟ, ଔଷଧ ଏବଂ ଅନ୍ୟାନ୍ୟ ସମସ୍ତ ମୌଳିକ ଆବଶ୍ୟକତା ଯୋଗାଇବା ପାଇଁ ୧ ବିଲିୟନ ଟଙ୍କାର ଏକ ଜରୁରୀକାଳୀନ ପାଣ୍ଠି ମଧ୍ୟ ସୃଷ୍ଟି କରାଯାଇଛି। ସେ କହିଛନ୍ତି ଯେ ନିୟନ୍ତ୍ରଣ ରେଖା ପାର୍ଶବର୍ତ୍ତୀ ଅଞ୍ଚଳଗୁଡ଼ିକରେ ରାସ୍ତାର ରକ୍ଷଣାବେକ୍ଷଣ ପାଇଁ ସରକାରୀ ଏବଂ ବେସରକାରୀ ଯନ୍ତ୍ରପାତି ମଧ୍ୟ ନିୟୋଜିତ କରାଯାଉଛି।

ପାକିସ୍ତାନ ଏହି ସପ୍ତାହର ଆରମ୍ଭରେ କହିଥିଲା ଯେ ଭାରତ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଥିବାର ବିଶ୍ୱସ୍ତ ପ୍ରମାଣ ତାଙ୍କ ପାଖରେ ଅଛି। ଏହି ଭୟ ଯୋଗୁଁ, ପିଓକେରେ ପାକିସ୍ତାନ କର୍ତ୍ତୃପକ୍ଷ ଗୁରୁବାର (୧ ମେ, ୨୦୨୫) ୧୦ ଦିନ ପାଇଁ ୧୦୦୦ ରୁ ଅଧିକ ଧାର୍ମିକ ବିଦ୍ୟାଳୟ ବନ୍ଦ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri