POK ରୁ ବଡ଼ ଖବର, ଖାଦ୍ୟ ମହଜୁଦ ରଖିବା ପାଇଁ ଜନତାଙ୍କୁ ନିର୍ଦ୍ଦେଶ ଦେଲେ ଶେହବାଜ, ହେବ କି ବଡ଼ ଯୁଦ୍ଧ!

ନୂଆଦିଲ୍ଲୀ,୨।୫: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶରେ ଉତ୍ତେଜନା ଦେଖିବାକୁ ମିଳିିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ, ସମସ୍ତେ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରୁଛନ୍ତି। ପୂରା ଦେଶ ଏକଠି ଭାରତ ସରକାରଙ୍କୁ ଅନୁରୋଧ କରୁଛି ଯେ ଏବେ ପାକ ଅଧିକୃତ କଶ୍ମୀର (POK)କୁ ଭାରତକୁ ଫେରାଇ ଆଣିବାର ସମୟ ଆସିଛି।

ଭାରତ ସରକାରଙ୍କ ଦ୍ୱାରା ନିଆଯାଇଥିବା କଠୋର ନିଷ୍ପତ୍ତିକୁ ପାକିସ୍ତାନ ଭୟଭୀତ ହୋଇଯାଇଛି। ଏହି ସମୟରେ, ପାକ୍‌ ଅଧିକୃତ କଶ୍ମୀରରେ, ସ୍ଥାନୀୟ ପ୍ରଶାସନ ସୀମା ନିକଟରେ ରହୁଥିବା ଲୋକମାନଙ୍କୁ ଦୁଇ ମାସ ପାଇଁ ଖାଦ୍ୟ ସାମଗ୍ରୀ ମହଜୁଦ ରଖିବାକୁ ଅପିଲ କରିଛି। ସମ୍ବାଦ ସରବରାହ ସଂସ୍ଥା ଏଏଫପିର ରିପୋର୍ଟ ଅନୁଯାୟୀ, ପିଓକେ ପ୍ରଧାନମନ୍ତ୍ରୀ ଚୌଧୁରୀ ଅନୱରୁଲ ହକ ବିଧାନସଭାରେ କହିଛନ୍ତି ଯେ ୧୩ଟି ନିର୍ବାଚନମଣ୍ଡଳୀରେ ଦୁଇ ମାସ ପାଇଁ ଖାଦ୍ୟ ସାମଗ୍ରୀ ସଂରକ୍ଷଣ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

ଏହି ୧୩ଟି ର୍ନିବାଚନମଣ୍ଡଳୀରେ ଖାଦ୍ୟ, ଔଷଧ ଏବଂ ଅନ୍ୟାନ୍ୟ ସମସ୍ତ ମୌଳିକ ଆବଶ୍ୟକତା ଯୋଗାଇବା ପାଇଁ ୧ ବିଲିୟନ ଟଙ୍କାର ଏକ ଜରୁରୀକାଳୀନ ପାଣ୍ଠି ମଧ୍ୟ ସୃଷ୍ଟି କରାଯାଇଛି। ସେ କହିଛନ୍ତି ଯେ ନିୟନ୍ତ୍ରଣ ରେଖା ପାର୍ଶବର୍ତ୍ତୀ ଅଞ୍ଚଳଗୁଡ଼ିକରେ ରାସ୍ତାର ରକ୍ଷଣାବେକ୍ଷଣ ପାଇଁ ସରକାରୀ ଏବଂ ବେସରକାରୀ ଯନ୍ତ୍ରପାତି ମଧ୍ୟ ନିୟୋଜିତ କରାଯାଉଛି।

ପାକିସ୍ତାନ ଏହି ସପ୍ତାହର ଆରମ୍ଭରେ କହିଥିଲା ଯେ ଭାରତ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଥିବାର ବିଶ୍ୱସ୍ତ ପ୍ରମାଣ ତାଙ୍କ ପାଖରେ ଅଛି। ଏହି ଭୟ ଯୋଗୁଁ, ପିଓକେରେ ପାକିସ୍ତାନ କର୍ତ୍ତୃପକ୍ଷ ଗୁରୁବାର (୧ ମେ, ୨୦୨୫) ୧୦ ଦିନ ପାଇଁ ୧୦୦୦ ରୁ ଅଧିକ ଧାର୍ମିକ ବିଦ୍ୟାଳୟ ବନ୍ଦ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri