ନର୍ସିଂ ଆନ୍ଦୋଳନକୁ ନେଇ ବଡ଼ ଖବର, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୮।୯: ୪ଦିନର କାର୍ଯ୍ୟବନ୍ଦ ଆନ୍ଦୋଳନ ପରେ ଶନିବାର ନର୍ସିଂ କର୍ମଚାରୀଙ୍କ ସହ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଲୋଚନା କରିଛନ୍ତି। ସରକାର ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ସମସ୍ତ ଦାବି ନେଇ ଅବଗତ ରହିଛି। ଏହାକୁ ପୂରଣ କରିବା ପାଇଁ ସଂଘ ପକ୍ଷରୁ ସରକାର ଏକ ଆନ୍ତଃବିଭାଗୀୟ କମିଟି ଗଠନ କରିଛନ୍ତି। ଖୁବ୍‌ଶୀଘ୍ର ଦାବି ପୂରଣ ନେଇ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ପ୍ରତିଶୃତି ଦେବାପରେ ଆନ୍ଦୋଳନରୁ ଓହରିବାକୁ ରାଜି ହୋଇଛି ସଂଘ। ତେଣୁ ରବିବାର ଠାରୁ ରାଜ୍ୟରେ ଚିକିତ୍ସା ବ୍ୟବସ୍ଥା ପୁଣିଥରେ ସଜାଡ଼ି ହେବ ବୋଲି ଆଶା ପ୍ରକାଶ ପାଇଛି। ଲୋକସେବା ଭବନଠାରେ ଆୟୋଜିତ ଏହି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସମେତ ବିଭାଗ ଶାସନ ସଚିବ ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଏନେଇ ସଂଘର ସମ୍ପାଦକ ଅଶ୍ୱିନୀ ଦାଶ କହିଛନ୍ତି, ଆଲୋଚନା ଫଳପ୍ରଦ ହୋଇଛି। ଆମର ମୁଖ୍ୟ ଦାବି ଥିଲା ସରକାରଙ୍କ ସହିତ ସିଧାସଳଖ ଆଲୋଚନା କରିବା। ଯାହାକି ପୂରଣ ହେଲା। ସରକାର ଆମର ସବୁ ଦାବି ନେଇ ଅବଗତ ଥିବା କହିବା ସହ ତାହାକୁ ପୂରଣ କରିବାକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ସଂଘର ଏହି ଆନ୍ଦୋଳନ ଜଣେ ବା ଦୁଇଜଣ ଲିଡରଙ୍କ ନିଷ୍ପତ୍ତି ନୁହେଁ। ସଂଘର ସାଧାରଣ ପରିଷଦ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଆନ୍ଦୋଳନ ହୋଇଥିଲା। ତେଣୁ ସଂଘ ଭର୍ଚୁଆଲ ମାଧ୍ୟମରେ ସମସ୍ତ ଜିଲାର ମୁଖ୍ୟଙ୍କ ସହ ଆଲୋଚନା କରିବା ପରେ ଏନେଇ ନିଷ୍ପତ୍ତି ନେବ। ତେବେ ରାଜ୍ୟବାସୀଙ୍କ ପାଇଁ ସ୍ବାର୍ଥକୁ ଦୃଷ୍ଟିରେ ରଖିବା ସହ ଯେପରି ରୋଗୀସେବାରେ ବ୍ୟାଘାତ ସୃଷ୍ଟି ନ ହେବ ସେ ନେଇ ପଦକ୍ଷେପ ନିଆଯିବ ବୋଲି ସମ୍ପାଦକ କହିଛନ୍ତି।

୧୦ଦଫା ଦାବି ନେଇ ସମଗ୍ର ରାଜ୍ୟରେ ଗତ ବୁଧବାର (୨୫ ତାରିଖ) ଠାରୁ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଥିଲା। ପ୍ରଥମ ଦୁଇଦିନ ଜରୁରୀକାଳୀନ ସେବା ଜାରି ରହିଥିବାବେଳେ, ଶୁକ୍ରବାର ଠାରୁ ଏହି ସେବାକୁ ମଧ୍ୟ ବନ୍ଦ କରି ଦିଆଯାଇଥିଲା। ପ୍ରଥମେ ଆନ୍ଦୋଳନରେ ମାତ୍ର ୧୦ ପ୍ରତିଶତ ନର୍ସିଂ କର୍ମଚାରୀ ସାମିଲ ହୋଇଥିବାବେଳେ, ଶୁକ୍ରବାର ଠାରୁ ସଂଘ ନେତୃତ୍ୱରେ ରହିଥିବା ପ୍ରାୟ ୧୬ହଜାର କର୍ମଚାରୀ ଏଥିରେ ଯୋଗଦେଇ ଥିଲେ। ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ସବୁଠି ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ ଜାରି ରହିଥିଲା। ଫଳରେ ଦୁଇଦିନ ଧରି ରାଜ୍ୟରେ ସମସ୍ତ ସରକାରୀ ହସ୍ପିଟାଲଗୁଡିକରେ ସ୍ବାସ୍ଥ୍ୟବ୍ୟବସ୍ଥା ଏକପ୍ରକାର ଦୋହଲି ଯାଇଥିଲା। ରୋଗୀଙ୍କୁ ସାଲାଇନ୍‌ ଲଗାଇବା ଠାରୁ ଆରମ୍ଭ କରି ଇଞ୍ଜେକ୍‌ସନ ଦେବା ଏବଂ ଅନ୍ୟାନ୍ୟ କାର୍ଯ୍ୟ ପାଇଁ ହାତଗଣତି ଆଉଟ୍‌ସୋର୍ସିଂ ନର୍ସ ଏବଂ ନର୍ସିଂ ଛାତ୍ରୀଛାତ୍ରଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା। ରୋଗୀଙ୍କୁ ଗୋଟେ ଓ୍ବାର୍ଡରୁ ଅନ୍ୟ ଓ୍ବାର୍ଡକୁ ସ୍ଥାନାନ୍ତର କରିବା ବେଳେ ରୋଗୀଙ୍କ ସମ୍ପର୍କୀୟ ସାଲାଇନ୍‌ ଧରି ଆଗେଆଗେ ଯିବା ଦୃଶ୍ୟ ଦେଖିବାକୁ ମିଳିଥିଲା। ସ୍ଥିତି ଏପରି ହୋଇଥିଲା ଯେ, ଜରୁରୀକାଳୀନ ଚିକିତ୍ସା ସେବା ୁ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍ପିଟାଲକୁ ରେଫର୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri