ବଡ଼ ଖବର: ଗିରଫ ହୋଇପାରନ୍ତି ରାଜା ଚକ୍ର!

ଭୁବନେଶ୍ୱର,୧୨।୩: ଗିରଫ ହୋଇପାରନ୍ତି ରାଜା ଚକ୍ର। ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ହୋଇପାରନ୍ତି ରାଜା ଚକ୍ର। ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ର ଓ ଅନ୍ୟ ଚାରି ସହଯୋଗୀଙ୍କ ଆଗୁଆ ଜାମିନ ଖାରଜ।

ସହଯୋଗୀଙ୍କ ସହ ରାଜାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ। ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ରାଜା ଚକ୍ର ଓ ଅନ୍ୟ ସହଯୋଗୀଙ୍କ ବିଭିନ୍ନ ସ୍ଥାନରେ ରେଡ ଜାରି ରଖିଛି ଇଓଡବ୍ଲୁ।

ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍‌ଫେର୍‌ ହୋଇଛି। ଏହି ଘଟଣାରେ ବିଜେଡି ନେତା ରାଜା ଚକ୍ର କ୍ରାଇମବ୍ରାଞ୍ଚ ସ୍କାନରେ ପଡିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜା ଚକ୍ରଙ୍କ ୩ଟି ଠିକଣାରେ କ୍ରାଇବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(EOW) ଏବଂ ଏସ୍‌ଟିଏଫ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି।

ଏହି ଚଢାଉ ବଣାଇ, ଗୋପାଳପୁର ବନ୍ଦର ଏବଂ କେନ୍ଦୁଝର ଟାଉନରେ ହୋଇଛି। ଅନ୍ୟପକ୍ଷେ ଅନ୍ତରୀଣ ସୁରକ୍ଷାରେ ଥିବା ରାଜାଙ୍କ ଆଜି ହାଇକୋର୍ଟରେ ଶୁଣାଣି ରହିଛି। ରାଜାଙ୍କ ଅନ୍ତରୀଣ ସୁରକ୍ଷା ହଟାଇବାକୁ EOW ପ୍ରମାଣପତ୍ର ଦାଖଲ କରିବ।

ସୂଚନା ଯୋଗ୍ୟ, ଏହି ମାମଲାରେ କ୍ରାଇବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା(EOW) ଏବଂ ଏସ୍‌ଟିଏଫ୍‌ ଗତ ମଙ୍ଗଳବାର କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କ ୧୦ଟି ସ୍ଥାନରେ ଚଢ଼ାଉ କରିଥିଲା। ଏପରିକି ରାଜ୍ୟର ସମସ୍ତ ମାଇନ୍ସ କରିଡର ଚେକ ପଏଣ୍ଟରେ ରେଡ୍‌ କରାଯାଇଥିଲା। ସେତିକିବେଳେ ଅଧିକାରୀମାନେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଟଙ୍କା ହେର୍‌ଫେର୍‌ ମାମଲାରେ ଗତ ଫେବୃଆରୀ ୮ରେ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋ ଅପରେଟିଭ ଲିମିଟେଡର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସମ୍ପାଦକ ଉତ୍କଳ ଦାଶଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତ ସମୟରେ ଏହି ଠକେଇ ର଼୍ୟାକେଟରେ ଅନେକ ପ୍ରଭାବଶାଳୀ ଲୋକଙ୍କ ସମ୍ପୃକ୍ତି ଥିବା ଇଓଡବ୍ଲ୍ୟୁ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?