Posted inଜାତୀୟ

Sahara India Refund: ସାହାରା ଇଣ୍ଡିଆରେ ଫସି ରହିଛି କି ଟଙ୍କା, ୫୦ ହଜାର ନୁହେଁ ଏଣିକି ଏତିକି ହେବ ଫେରସ୍ତ

ନୂଆଦିଲ୍ଲୀ,୫।୨: ଯେଉଁମାନଙ୍କର ଟଙ୍କା ସାହାରା ଇଣ୍ଡିଆରେ ଫସି ରହିଛି ସେମାନଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଲୋକ ସଭାରେ କହିଛନ୍ତି, ୨୮ ଜାନୁଆରୀ, ୨୦୨୫ ସୁଦ୍ଧା ସାହାରା ଗ୍ରୁପର ସମବାୟ ସମିତିଗୁଡ଼ିକର ୧୧,୬୧,୦୭୭ ଜମାକାରୀଙ୍କୁ ମୋଟ ୨,୦୨୫.୭୫ କୋଟି ଟଙ୍କା ଫେରସ୍ତ କରାଯାଇଛି। ଏହା ବ୍ୟତୀତ ଯେଉଁମାନଙ୍କର ଟଙ୍କା ଏ ପର୍ଯ୍ୟନ୍ତ ଫସି ରହିଛି, ସେମାନେ ଏକ ୱେବସାଇଟ ମାଧ୍ୟମରେ ସେମାନଙ୍କର ଟଙ୍କା ଫେରି ପାଇପାରିବେ।

କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ କହିଛନ୍ତି, ୨୮ ଜାନୁଆରୀ, ୨୦୨୫ ସୁଦ୍ଧା ସାହାରା ଗ୍ରୁପର ସମବାୟ ସମିତିଗୁଡ଼ିକର ୧୧,୬୧,୦୭୭ ଜମାକାରୀଙ୍କୁ ମୋଟ ୨,୦୨୫.୭୫ କୋଟି ଟଙ୍କା ଫେରସ୍ତ କରାଯାଇଛି। ସେ କହିଛନ୍ତି ଯେ ଏହି ଦେୟ ଏକ ୱେବସାଇଟ ମାଧ୍ୟମରେ କରାଯାଉଛି ଏବଂ ସମ୍ପୂର୍ଣ୍ଣ ପ୍ରକ୍ରିୟା ଡିଜିଟାଲ। ଏହା ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଆର. ସୁଭାଷ ରେଡ୍ଡୀଙ୍କ ଦ୍ୱାରା ତଦାରଖ କରାଯାଉଛି।

ଶାହା କହିଛନ୍ତି , ଜମା ହୋଇଥିବା ରାଶିର ସଠିକ ଚିହ୍ନଟ ଏବଂ ପ୍ରମାଣ ଆଧାରରେ ସମସ୍ତ ଆବେଦନଗୁଡ଼ିକୁ ସ୍ବଚ୍ଛ ଭାବରେ ଯାଞ୍ଚ କରାଯାଉଛି। ବର୍ତ୍ତମାନ, ପ୍ରତ୍ୟେକ ଜମାକାରୀଙ୍କୁ ସେମାନଙ୍କର ଆଧାର ଲିଙ୍କ ହୋଇଥିବା ବ୍ୟାଙ୍କ ଆକାଉଣ୍ଟରେ ସର୍ବାଧିକ ୫୦,୦୦୦ଟଙ୍କା ପ୍ରଦାନ କରାଯାଉଛି। ତଥାପି, CRCS-ସାହାରା ରିଫଣ୍ଡ ପୋର୍ଟାଲରେ ଉପଲବ୍ଧ ସୂଚନା ଅନୁଯାୟୀ, ନିବେଶକମାନେ ୫,୦୦,୦୦୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫେରସ୍ତ ଦାବି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri