Posted inଜାତୀୟ

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।
ଏହା ଉଲ୍ଲେଖଯୋଗ୍ୟ ଯେ, ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ଇସ୍ତଫା ପଛରେ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନର ଚାପ ରହିଛି। ତେବେ NEET ଓ UG ପେପର ଲିକକୁ ବିରୋଧ କରି ଜୁନ ୨୦ରୁ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ଆନ୍ଦୋଳନ ଆରମ୍ଭ କରାଯାଇଥିବା ବେଳେ ଜୁନ ୨୮ରେ ସୋନମ ଓ୍ବାଙ୍ଗଚକଙ୍କ ପକ୍ଷରୁ ଆମରଣ ଅନଶନ କରାଯାଇଥିଲା। ସୋନମଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ଜୁଲାଇ ୧୮ରେ ସିଜେପି ମୁଖ୍ୟ ଅଭିଜିତ ଦୀପକେ ଆମରଣ ଅନଶନରେ ବସିଥିଲେ। ଶେଷରେ ଜୁଲାଇ ୨୩ ରାତିରେ ଓ୍ବାଙ୍ଗଚୁକ ତାଙ୍କର ଅନଶନ ଭାଙ୍ଗିଥିଲେ। ତେବେ ସିଜେପି ଆନ୍ଦୋଳନର ୩୬ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଅନ୍ୟପଟେ ଜୁନ ୨୦ରୁ ଆରମ୍ଭ ହୋଇଥିବା ଏହି ଛାତ୍ର ଅନ୍ଦୋଳନ ଏବେ ସମଗ୍ର ଦେଶକୁ ଗ୍ରାସ ଗଲାଣି।
ସୂଚନାଯୋଗ୍ୟ, CJP ସମେତ ବିଭିନ୍ନ ବିରୋଧୀ ଦଳଗୁଡ଼ିକ ନିରନ୍ତର ଭାବରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ଆସୁଥିଲେ। ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା ସମୟରେ, CJPର ଦୁଇଟି ଦାବି ତୁରନ୍ତ ଗ୍ରହଣ କରାଯାଇଥିଲା; ତଥାପି, ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି ସମ୍ପର୍କରେ ୨୪ ଘଣ୍ଟାର ସମୟସୀମା ଉଲ୍ଲେଖ କରାଯାଇଥିଲା।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri