ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ଼ବଡ଼ ଲୋକଙ୍କ…

ଭୁବନେଶ୍ୱର,୧୯।: ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ମୁହଁ ଖୋଲିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଚନ୍ତି ହତ୍ୟା ପଛରେ ବଡ଼ ଷଡଯନ୍ତ୍ର ରହିଛି । ଏଥିରେ ଅନେକ ବଡ଼ ବଡ଼ ଲୋକଙ୍କର ସଂପୃକ୍ତି ରହିଛି। ଘଟଣାର ସିବିଆଇ ତଦନ୍ତ ହେବା ଆବଶ୍ୟକ ବୋଲି ସାଲୁଜା କହିଛନ୍ତି। ସିବିଆଇ ତଦନ୍ତ ହେଲେ ହତ୍ୟା ପଛର ଷଡ଼ଯନ୍ତ୍ର ସାମ୍ନାକୁ ଆସିବ ବୋଲି ସେ କହିଛନ୍ତି।

ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ ଦାସଙ୍କ ହତ୍ୟାକାଣ୍ଡ ଏବେବି ରହସ୍ୟ ଘେରରେ ରହିଛି । ଝାରସୁଗୁଡା କୋର୍ଟରେ ଏହି ମାମଲାର ବିଚାର ଚାଲିଥିବାବେଳେ  କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଏହି ମାମଲାରେ ଚାର୍ଜଶିଟ୍‌ ଦାଖଲ କରିସାରିଛି । ଏହି ହତ୍ୟାକାଣ୍ଡର ଏକମାତ୍ର ଅଭିଯୁକ୍ତ ଆସିଷ୍ଟାଣ୍ଟ ପୋଲିସ୍ ସବ୍‌ଇନ୍ସପେକ୍ଟର ଗୋପାଳ ଦାସ ଏବେ ଜେଲ୍‌ରେ। ଗୋପାଳ ନିଜର ସର୍ଭିସ୍ ରିଭଲଭରରୁ ଗୁଳିକରି ନବ ଦାସଙ୍କୁ ହତ୍ୟା କରିଥିବା ଚାର୍ଜଶିଟ୍‌ରେ ଦର୍ଶାଯାଇଛି। ଏପରିକି ଗୋପାଳ ଏକମାତ୍ର ଅଭିଯୁକ୍ତ ଓ ପୁରୁଣା ରାଗ ଶୁଝାଇବା ପାଇଁ ଗୋପାଳ ଏହି ହତ୍ୟାକାଣ୍ଡ ଭିଆଇଥିବାର ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି। ତେବେ ଫରେନସିକ ରିପୋର୍ଟ ଓ କ୍ରାଇମବ୍ରାଞ୍ଚ ରିପୋର୍ଟରେ ତାଳମେଳ ନାହିଁ ।

ବାପାଙ୍କ ହତ୍ୟା ନେଇ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ସିବିଆଇ ତଦନ୍ତ ପାଇଁ ଲିଖିତରେ ଦେବୁ। ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ପରିବାରରେ ଆଲୋଚନା ଚାଲିଥିବା ନେଇ କହିଛନ୍ତି।

ତେବେ ଦୀପାଳିଙ୍କ ଏପରି ବୟାନକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର। ବିଳମ୍ବରେ ହେଲେ ବି ସ୍ବର୍ଗତଃ ନବଦାସଙ୍କ ଝିଅ ଦୀପାଳିଙ୍କ ବୁଦ୍ଧି ଉଦୟ ହୋଇଛି। କେବଳ ମୁଖ୍ୟମନ୍ତ୍ରୀଙ୍କୁ ଲେଖିକି ଦେଲେ ହେବନି, କୋର୍ଟଙ୍କୁ ବି ଲେଖିକି ଦେବାକୁ ପଡ଼ିବ। ଦଳ ହାରିଗଲା ପରେ ଏବେ ମନେ ପଡ଼ିଲା ବୋଲି ଜୟନାରାୟଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri