ରାଜ୍ୟରେ ନିଶା ମୁକ୍ତି ପାଇଁ ବଡ଼ ଯୋଜନା: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

ଭୁବନେଶ୍ୱର,୨୫।୮: ବେଆଇନ୍‌ ମାଦକ ଦ୍ରବ୍ୟ ଚୋରାଚାଲାଣ ଓ ନିଶା ରୋକିବା ପାଇଁ ଓଡ଼ିଶା ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅବକାରୀ, ପୋଲିସ, ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ସ୍ୱାସ୍ଥ୍ୟ ଓ ଅନ୍ୟାନ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟଶାସନ ସଚିବ ବିଶେଷ କରି ସ୍କୁଲ ଓ କଲେଜ ପରିସରକୁ ନିଶାମୁକ୍ତ (ଡ୍ରଗ୍‌ ଫ୍ରି) କରିବାକୁ ଜୋର ଦେଇଛନ୍ତି। ଏଥିପାଇଁ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ଜିରୋ ଟଲେରାନ୍ସ ନୀତି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏକ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗଠନ କରି ଚଢ଼ାଉ, ତଦନ୍ତ ଓ ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ କୁହାଯାଇଛି।

ଅବକାରୀ ବିଭାଗ ପକ୍ଷରୁ ଜଣାଯାଇଛି ଯେ, ୨୦୨୫ ଜୁଲାଇ ସୁଦ୍ଧା ୧୬୦୮ କ୍ୱିଣ୍ଟାଲ ଗଞ୍ଜେଇ, ୯.୭୯୯ କିଲୋ ବ୍ରାଉନ ସୁଗାର ଓ ୨୬,୮୭୪ ବୋତଲ କାଶ ଔଷଧ ଜବତ କରାଯାଇଛି। ଏହା ସହ ୨୭,୭୨୨ ଏକରରେ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ୨୭ ଏକର ଅଫିମ ଚାଷ ମଧ୍ୟ ନଷ୍ଟ କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ, ଓଡ଼ିଶାର ସୀମାନ୍ତ ଅଞ୍ଚଳ ଓ ଜଙ୍ଗଲରେ ଗଞ୍ଜେଇ ଚାଷ ରୋକିବା, ଆନ୍ତଃରାଜ୍ୟ ଚୋରାଚାଲାଣ ବନ୍ଦ କରିବା ଏବଂ ଭୁବନେଶ୍ୱର, କଟକ ଭଳି ସହରଗୁଡ଼ିକରେ ସଚେତନତା ଅଭିଯାନ ଜୋରଦାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ବିଭାଗ ଓ କେନ୍ଦ୍ରୀୟ ସଂସ୍ଥାଙ୍କ ସମନ୍ୱୟରେ ଏହି କାର୍ଯ୍ୟକୁ ଆହୁରି ପ୍ରଭାବୀ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri