ବଡଚଣା ରାଜନୀତି ସରଗରମ: ଅମରଙ୍କୁ ଭେଟିଲେ ବର୍ଷା

ଚଣ୍ଡିଖୋଲ,୨୨ା୪(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଭାବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମ ଘୋଷଣା ପରେ ରାଜନୀତି ସରଗରମ ହୋଇଛି। ବର୍ଷା ରବିବାର ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ କରି ସହଯୋଗ ଲୋଡ଼ିଛନ୍ତି। ଅନ୍ୟପକ୍ଷରେ ବିଧାୟକଙ୍କ ସମର୍ଥକମାନେ ପ୍ରାର୍ଥୀ ପରିବର୍ତ୍ତନ ଲାଗି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି। ଏ ସମ୍ପର୍କରେ ଗଣମାଧ୍ୟମ ଜରିଆରେ କର୍ମୀମାନଙ୍କୁ ଧୈର୍ଯ୍ୟ ରଖିବାକୁ ବିଧାୟକ ନିବେଦନ କରିଛନ୍ତି। ବିଧାୟକ ଶତପଥୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ଟିକେଟ ମିଳୁ ବା ନ ମିଳୁ ସେ ବିଜୁ ଜନତା ଦଳରେ ରହିବେ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଉଛନ୍ତି। ବଡ଼ଚଣାବାସୀଙ୍କ ସହିତ ତାଙ୍କର ଏକ ଭାବାବେଗର ସମ୍ପର୍କ ରହିଛି। ବଡ଼ଚଣାର ପ୍ରତ୍ୟେକ ପରିବାର ସହିତ ଜଡିତ ଅଛନ୍ତି। ତାଙ୍କୁ ସେମାନେ ଏତେ ଭଲ ପାଆନ୍ତି ଯେ, ୧୯୯୦ରୁ ବିଧାୟକ ଭାବେ ନିର୍ବାଚିତ କରିଆସୁଛନ୍ତି। ପ୍ରତ୍ୟେକ ଥର ଭୋଟ ପରିମାଣ ବଢ଼ିଚାଲିଛି। ସେମାନଙ୍କ ଭଲ ପାଇବାକୁ ଭୁଲି ହେବ ନାହିଁ। ଯେତେଦିନ ବଞ୍ଚିଥିବେ ବଡ଼ଚଣାବାସୀଙ୍କ ସେବା କରିବେ। ତେଣୁ ସମୟର ଗତିକୁ ନେଇ ଧୈର୍ଯ୍ୟ ରଖିବାକୁ ପ୍ରତ୍ୟେକ କର୍ମୀଙ୍କୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri