Posted inଖେଳ

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ: ଫାଇନାଲରେ ପହଞ୍ଚିପାରିବନି ଭାରତ

ନୂଆଦିଲ୍ଲୀ,୧୦।୧୦: ୱେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଭାରତ ବିଶ୍ୱକପ ଜିତିବା ସମ୍ଭାବନା ସହ ଜଡିତ ଏକ ପ୍ରଶ୍ନର ଉତ୍ତରରେ କ୍ରିସ୍‌ ଗେଲ୍‌ କହିଛନ୍ତି, ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ରେ ଭାରତ ଫାଇନାଲରେ ପ୍ରବେଶ କରିପାରିବ ନାହିଁ।
ସେ କହିଛନ୍ତି, ଟି-୨୦ ବିଶ୍ୱକପ ଜିତିବା ପାଇଁ ଭାରତ ଏକ ପ୍ରତିଦ୍ୱନ୍ଦ୍ୱୀ, କିନ୍ତୁ ୱେଷ୍ଟଇଣ୍ଡିଜ ଭାରତଠାରୁ ଅଧିକ ସମ୍ଭାବନା ରହିଛି। ଅଷ୍ଟ୍ରେଲିଆ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଫାଇନାଲ ମ୍ୟାଚ ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି। କିରନ ପୋଲାର୍ଡ, ଆଣ୍ଡ୍ରେ ରସେଲ ଏବଂ ଡ୍ବେନ ବ୍ରାଭୋଙ୍କ ଭଳି ଖେଳାଳିଙ୍କ ଅନୁପସ୍ଥିତିରେ ଇଣ୍ଡିଜ ଦଳ ଫାଇନାଲରେ ପହଞ୍ଚିବା ବାଟରେ ନିଶ୍ଚିତ କିଛି ଅସୁବିଧାର ସମ୍ମୁଖୀନ ହେବ। କିନ୍ତୁ ଦଳ ଏହି ସମସ୍ୟାର ସମାଧାନ କରିବ ବୋଲି ସେ କହିଛନ୍ତି।
କ୍ରିସ୍‌ ଗେଲ୍‌ ଏଥର ୱେଷ୍ଟଇଣ୍ଡିଜ ଟି-୨୦ ବିଶ୍ୱକପ ଦଳର ଏକ ଅଂଶ ନାହାନ୍ତି। ଗତ ବର୍ଷ ବିଶ୍ୱକପରୁ ସେ ଇଣ୍ଡିଜ ଦଳରୁ ଦୂରେଇ ରହିଛନ୍ତି। ସେ ଗତ ବର୍ଷ ବିଶ୍ୱକପରେ କୌଣସି ବିଶେଷ ପ୍ରଦର୍ଶନ କରିପାରି ନ ଥିଲେ। ଗତ ଟି-୨୦ ବିଶ୍ୱକପ ପରଠାରୁ ଆଣ୍ଡ୍ରେ ରସେଲ ୱେଷ୍ଟଇଣ୍ଡିଜ ପାଇଁ ଖେଳି ନାହାନ୍ତି।
ଏଥର ଇଣ୍ଡିସ ଦଳ ନିକୋଲାସ ପୁରାନଙ୍କ ନେତୃତ୍ୱରେ ଟି-୨୦ ବିଶ୍ୱକପ ଖେଳିବେ। ଗେଲ୍‌, ବ୍ରାଭୋ ଏବଂ ରସେଲଙ୍କ ପରି ଭେଟେରାନ ଏହି ଦଳରେ ନ ଥିଲେ ମଧ୍ୟ ଏକରୁ ଅଧିକ ଟି-୨୦ ବିଶେଷଜ୍ଞ ଖେଳାଳି ଅଛନ୍ତି। ଦଳର ବ୍ୟାଟ୍ସମ୍ୟାନ, ଅଲରାଉଣ୍ଡର ଏବଂ ଦ୍ରୁତ ବୋଲରଙ୍କ ଭଲ ସନ୍ତୁଳନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri