Posted inଖେଳ

ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪ା୮: ଏସିଆ କପ ଟି-୨୦ ଟୁର୍ନାମେଣ୍ଟ ଅଗଷ୍ଟ ୨୭ରୁ ଆରମ୍ଭ ହେଉଛି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଐତିହାସିକ ମ୍ୟାଚ ଅଗଷ୍ଟ ୨୮ରେ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ପ୍ରଶଂସକମାନେ ଉତ୍ସାହର ସହିତ ଏହି ମ୍ୟାଚ ପାଇଁ ଅପେକ୍ଷା କରିଛନ୍ତି। ଏହି ମ୍ୟାଚ ଉପରେ ସାରା ବିଶ୍ୱର ନଜର ରହିବ। ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ରିକି ପଣ୍ଟିଂ ଏହି ମ୍ୟାଚ ବିଷୟରେ ଭବିଷ୍ୟବାଣୀ କରିଛନ୍ତି।
୨୦୨୧ରେ ୟୁଏଇରେ ହୋଇଥିବା ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନର ଦଳ ଶେଷ ଥର ପାଇଁ ଭେଟିଥିଲେ। ତା’ପରେ ଦୁବାଇରେ ଅନୁଷ୍ଠିତ ମ୍ୟାଚ୍‌ରେ ପାକିସ୍ତାନ ଭାରତକୁ ୧୦ ଉଇକେଟରେ ପରାସ୍ତ କରିଥିଲେ। ସେବେଠାରୁ ଭାରତୀୟ ଦଳ ନିଜ ଦଳରେ ଅନେକ ପରିବର୍ତ୍ତନ ଆଣିଛି। ଗତ ବର୍ଷ ଟି-୨୦ ବିଶ୍ୱକପ ପରଠାରୁ ଭାରତୀୟ ଦଳ ସମସ୍ତ ଟି-୨୦ ସିରିଜ ଜିତିଛି।
ପଣ୍ଟିଂ କହିଛନ୍ତି, ଗତ ବର୍ଷ ଟି-୨୦ ବିଶ୍ୱକପ ପରଠାରୁ ଭାରତୀୟ ଦଳର ବ୍ୟାଟିଂ ରେ ଦୃଢତା ଆସିଛି। ଏହା ଦଳ ପାଇଁ ଲାଭଦାୟକ ହେବ। କେବଳ ଏସିଆ କପ ନୁହେଁ, ଯେକୌଣସି ଟୁର୍ନାମେଣ୍ଟରେ ଭାରତକୁ ପରାସ୍ତ କରିବା ସବୁବେଳେ କଷ୍ଟସାଧ୍ୟ। ମୁଁ ଭାବୁଛି, ପାକିସ୍ତାନ ବିପକ୍ଷରେ ଭାରତର ବିଜୟ ସମ୍ଭାବନା ଅଧିକ। ଭାରତ ମଧ୍ୟ ଏସିଆ କପ ଜିତିବ।
ଏସିଆ କପ ବିଷୟରେ କହିବାକୁ ଗଲେ ଭାରତ ଏବଂ ପାକିସ୍ତାନର ଦଳ ଏହି ଟୁର୍ନାମେଣ୍ଟରେ ୧୩ ଥର ମୁହାଁମୁହିଁ ହୋଇଛନ୍ତି। ଭାରତ ୭ଟି ମ୍ୟାଚ ଜିତିଥିବା ବେଳେ ପାକିସ୍ତାନ ୫ଟି ମ୍ୟାଚ ଜିତିଛି। ଗୋଟିଏ ମ୍ୟାଚର କୌଣସି ଫଳାଫଳ ଆସି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri