Posted inଖେଳ

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ: ଏହି ୪ ଦଳ ମଧ୍ୟରେ ଖେଳାଯିବ ସେମିଫାଇନାଲ୍‌

ନୂଆଦିଲ୍ଲୀ,୨୨।୧୦: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ର ସୁପର -୧୨ ମ୍ୟାଚ ଅକ୍ଟୋବର ୨୩ରୁ ଆରମ୍ଭ ହେବ, କିନ୍ତୁ ଏହା ପୂର୍ବରୁ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ବ୍ରାଡ ହଗ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ ଟୁର୍ନାମେଣ୍ଟର ସେମିଫାଇନାଲ ପୂର୍ବାନୁମାନ କରିଛନ୍ତି। ହଗ୍‌ କହିଛନ୍ତି, ଚଳିତ ଟି-୨୦ ବିଶ୍ୱକପ୍‌ର ସେମିଫାଇନାଲ୍‌ ଭାରତ, ପାକିସ୍ତାନ, ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଖେଳିବେ।
ଦୀପ ଦାସଗୁପ୍ତାଙ୍କ ୟୁଟ୍ୟୁବ ଶୋ ‘ଦୀପପଏଣ୍ଟ’ରେ ବ୍ରାଡ ହଗ କହିଛନ୍ତି, ଗ୍ରୁପ -୧ରୁ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଓ ଗ୍ରୁପ-୨ରୁ ପାକିସ୍ତାନ ଏବଂ ଭାରତ ସେମିଫାଇନାଲ୍‌ ଖେଳିବାର ସମ୍ଭାବନା ରହିଛି। ସବୁଠାରୁ କୌତୁହଳର ବିଷୟ ହେଉଛି ଯେ ବ୍ରାଡ ହଗ ନିଜ ଦେଶ ଅଷ୍ଟ୍ରେଲିଆକୁ ଆଇସିସି ଟି -୨୦ ବିଶ୍ୱକପ ୨୦୨୧ ର ସେମିଫାଇନାଲ ପାଇଁ ପ୍ରତିଯୋଗୀ ତାଲିକାରେ ଅନ୍ତର୍ଭୁକ୍ତ କରିନାହାଁନ୍ତି।ସେମିଫାଇନାଲରେ ପ୍ରବେଶ କରିବା ପାଇଁ ପାକିସ୍ତାନକୁ ଭାରତ ବିପକ୍ଷ ପ୍ରଥମ ମ୍ୟାଚ ଜିତିବାକୁ ପଡିବ ବୋଲି ବ୍ରାଡ ହଗ କହିଛନ୍ତି । ଯଦି ପାକିସ୍ତାନ ଭାରତ ବିପକ୍ଷ ପ୍ରଥମ ମ୍ୟାଚ ହାରିଯାଏ ତେବେ ସେମାନଙ୍କୁ ଆଗକୁ ବଢିବା କଷ୍ଟକର ହେବ।
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଇସିସି ଟି -୨୦ ବିଶ୍ୱକପ ୨୦୨୧ ହାଇ ଭୋଲଟେଜ ମ୍ୟାଚ ୨୪ ଅକ୍ଟୋବରରେ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ସମସ୍ତ କ୍ରିକେଟ ପ୍ରଶଂସକ ଉତ୍ସାହର ସହିତ ଏହି ମ୍ୟାଚକୁ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri