Posted inଖେଳ

ଆଇପିଏଲ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ: କିଏ ଜିତିବ ଏଥର ଟାଇଟେଲ୍‌

ଚେନ୍ନାଇ,୯।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ ଶୁକ୍ରବାର ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଆଇପିଏଲ ୨୦୨୧ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ବିଜୟଧାରା ବଜାୟ ରଖିବାକୁ ଚେଷ୍ଟା କରୁଥିବାବେଳେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଅଧିନାୟକ ବିରାଟ କୋହଲି ପ୍ରଥମ ଟାଇଟେଲ ଜିତିବାକୁ ପଡ଼ିଆକୁ ଓହ୍ଲାଇବେ। ସେହିପରଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗତ ସିଜିନର ବିଫଳକୁ ଭୁଲି ପୁଣି ବିଜୟ ଟ୍ରାକୁ ଫେଡ଼ରିବାକୁ ଚେଷ୍ଟା କରିବେ। ଏହି ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ବହୁ ପୂର୍ବତନ କ୍ରିକେଟର ଏବଂ କ୍ରିକେଟ ପଣ୍ଡିତମାନେ ବିଭିନ୍ନ ଭବିଷ୍ୟବାଣୀ କରିବା ଆରମ୍ଭ କରିଦେଇଛନ୍ତି।
କ୍ରିକେଟ ବିଶେଷଜ୍ଞମାନେ ପ୍ରତ୍ୟେକ ଦଳର ଦୁର୍ବଳତା ଏବଂ ଶକ୍ତି ବିଷୟରେ କ୍ରମାଗତ ଭାବରେ ପୂର୍ବାନୁମାନ କରିବା ସହିତ କେଉଁ ଦଳ ଆଇପିଏଲ ୨୦୨୧ ଟାଇଟେଲ ଜିତିବେ ବୋଲି ପୂର୍ବାନୁମାନ କରୁଛନ୍ତି। ଏଥର ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସକୁ ଟାଇଟେଲ୍‌ ଜିତିବାର ପ୍ରବଳ ଦାବିଦାର କୁହାଯାଉଛି। ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନ ରୋହିତ ଶର୍ମାଙ୍କ ଦଳ ପ୍ରିୟ ଦଳ ବୋଲି କହିଛନ୍ତି।
ୟୁଏଇରେ ଖେଳାଯାଇଥିବା ଆଇପିଏଲ ୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଚମ ଥର ପାଇଁ ରେକର୍ଡ ଜିତଥିଲା। ଏଥର ମଧ୍ୟ ମୁମ୍ବାଇ ଇଣ୍ଡିଆନ ଷଷ୍ଠ ଥର ଟାଇଟେଲ ଜିତିପାରେ ବୋଲି ମାଇକେଲ୍‌ ଭନ ଭବିଷ୍ୟବାଣୀ କରିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ହେଉଛି ଆଇପିଏଲ ୨୦୨୧ର ସବୁଠାରୁ ଶକ୍ତିଶାଳୀ ଦଳ। ଦଳରେ ଅନେକ ଅନ୍ତର୍ଜାତୀୟ ଖେଳାଳି ଅଛନ୍ତି। ରୋହିତ ହେଉଛନ୍ତି ସବୁଠାରୁ ସଫଳ ଆଇପିଏଲ ଅଧିନାୟକ। ବ୍ୟାଟିଂ ଏବଂ ବୋଲିଂରେ ସେମାନଙ୍କର ଅନେକ ବିକଳ୍ପ ଅଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri