Posted inଖେଳ

ଆଇପିଏଲ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ: କିଏ ଜିତିବ ଏଥର ଟାଇଟେଲ୍‌

ଚେନ୍ନାଇ,୯।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ ଶୁକ୍ରବାର ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଆଇପିଏଲ ୨୦୨୧ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ବିଜୟଧାରା ବଜାୟ ରଖିବାକୁ ଚେଷ୍ଟା କରୁଥିବାବେଳେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଅଧିନାୟକ ବିରାଟ କୋହଲି ପ୍ରଥମ ଟାଇଟେଲ ଜିତିବାକୁ ପଡ଼ିଆକୁ ଓହ୍ଲାଇବେ। ସେହିପରଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଗତ ସିଜିନର ବିଫଳକୁ ଭୁଲି ପୁଣି ବିଜୟ ଟ୍ରାକୁ ଫେଡ଼ରିବାକୁ ଚେଷ୍ଟା କରିବେ। ଏହି ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ବହୁ ପୂର୍ବତନ କ୍ରିକେଟର ଏବଂ କ୍ରିକେଟ ପଣ୍ଡିତମାନେ ବିଭିନ୍ନ ଭବିଷ୍ୟବାଣୀ କରିବା ଆରମ୍ଭ କରିଦେଇଛନ୍ତି।
କ୍ରିକେଟ ବିଶେଷଜ୍ଞମାନେ ପ୍ରତ୍ୟେକ ଦଳର ଦୁର୍ବଳତା ଏବଂ ଶକ୍ତି ବିଷୟରେ କ୍ରମାଗତ ଭାବରେ ପୂର୍ବାନୁମାନ କରିବା ସହିତ କେଉଁ ଦଳ ଆଇପିଏଲ ୨୦୨୧ ଟାଇଟେଲ ଜିତିବେ ବୋଲି ପୂର୍ବାନୁମାନ କରୁଛନ୍ତି। ଏଥର ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସକୁ ଟାଇଟେଲ୍‌ ଜିତିବାର ପ୍ରବଳ ଦାବିଦାର କୁହାଯାଉଛି। ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନ ରୋହିତ ଶର୍ମାଙ୍କ ଦଳ ପ୍ରିୟ ଦଳ ବୋଲି କହିଛନ୍ତି।
ୟୁଏଇରେ ଖେଳାଯାଇଥିବା ଆଇପିଏଲ ୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଚମ ଥର ପାଇଁ ରେକର୍ଡ ଜିତଥିଲା। ଏଥର ମଧ୍ୟ ମୁମ୍ବାଇ ଇଣ୍ଡିଆନ ଷଷ୍ଠ ଥର ଟାଇଟେଲ ଜିତିପାରେ ବୋଲି ମାଇକେଲ୍‌ ଭନ ଭବିଷ୍ୟବାଣୀ କରିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ହେଉଛି ଆଇପିଏଲ ୨୦୨୧ର ସବୁଠାରୁ ଶକ୍ତିଶାଳୀ ଦଳ। ଦଳରେ ଅନେକ ଅନ୍ତର୍ଜାତୀୟ ଖେଳାଳି ଅଛନ୍ତି। ରୋହିତ ହେଉଛନ୍ତି ସବୁଠାରୁ ସଫଳ ଆଇପିଏଲ ଅଧିନାୟକ। ବ୍ୟାଟିଂ ଏବଂ ବୋଲିଂରେ ସେମାନଙ୍କର ଅନେକ ବିକଳ୍ପ ଅଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?