ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ ରାଉରକେଲା ଅତିରିକ୍ତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ସୁନ୍ଦରଗଡ ଜିଲାପାଳ ମନୋଜ ମହାନନ୍ଦ ଅଧ୍ୟକ୍ଷତା କରିଥିଲେ। ଅଗ୍ନିବୀର ନିଯୁକ୍ତି ମେଳା ଡିସେମ୍ବର ୬ରୁ ୧୦ତାରିଖ ପର୍ଯ୍ୟନ୍ତ ୫ଦିନ ବ୍ୟାପୀ ସେକ୍ଟର-୬ ସ୍ଥିତ ଇସ୍ପାତ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ।

ଏଥିପାଇଁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ବୈଠକରେ ଆଲୋଚନା ହୋଇଥିଲା। ମେଳାରେ ଜିଲାର ପାଖାପାଖି ୨ହଜାର ଯୁବକ ଅଂଶଗ୍ରହଣ କରିବାକୁ ଥିବା ବେଳେ ଟେଣ୍ଟ, ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା, ଭ୍ରାମ୍ୟାମାଣ ଶୌଚାଳୟ ଏବଂ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ଜିଲାପାଳ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏଥିସହିତ ଅଗ୍ନିବୀର ନିଯୁକ୍ତି ମେଳା ସମୟରେ ଭିଡ ନିୟନ୍ତ୍ରଣ ଓ ସୁରକ୍ଷା ପାଇଁ ରାଉରକେଲା ଆରକ୍ଷୀ ଅଧୀକ୍ଷକ ନିତେଶ ଓ୍ବାଧଓ୍ବାନିଙ୍କୁ ଅବଗତ କରାଯାଇଛି। ମେଳା ପଡିଆରେ ପରିବହନ, ଆମ୍ବୁଲାନ୍ସ ଏବଂ ଅଗ୍ନିଶମ ବାହିନୀ ପକ୍ଷରୁ ଦମକଳ ବ୍ୟବସ୍ଥା ଉପରେ ମଧ୍ୟ ଆଲୋଚନା ହୋଇଥିଲ। ବୈଠକରେ ରାଉରକେଲା ଅତିରିକ୍ତ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣୀ, ପାନପୋଷ ଉପଜିଲାପାଳ ବିଜୟ କୁମାର ନାୟକ, କର୍ନେଲ ସନ୍ଦୀପ କୁମାର, ଡିଏସ୍‌ଡିଇଓ ରମେଶ ଚନ୍ଦ୍ର କିଷାନଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

IPLରୁ ବାଦ୍‌ ପଡ଼ିବା ପରେ ଚମକିଲା ମୁସ୍ତାଫିଜୁର ରହମାନଙ୍କ ଭାଗ୍ୟ

ନୂଆଦିଲ୍ଲୀ, ୫।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶରେ ବାଂଲାଦେଶର ଷ୍ଟାର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ କୋଲକାତା ନାଇଟ ରାଇଡର୍ସ ଦଳରୁ ମୁକ୍ତ କରାଯାଇଥିଲା। IPL…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri