ବଡ଼ ଧରଣର ଅବକାରୀ ଚଢାଉ

ମୋରଡ଼ା,୨୪।୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ଶନିବାର ବିଭିନ୍ନ ଗାଁରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ କରି ନଷ୍ଟ କରିଛି l ମୋରଡ଼ା ଅବକାରୀ ଅଧିକାରୀ ବ୍ରଜମୋହନ ମଲ୍ଲିକଙ୍କ ସୂଚନା ଅନୁଯାୟୀ, ମୋରଡ଼ା ଅବକାରୀ ବିଭାଗ, ବାରିପଦା ମୋବାଇଲ ଇନ୍ସପେକ୍ଟର, ସଦର ଇନ୍ସପେକ୍ଟର, ଏଏସ୍‌ଆଇ ରେଞ୍ଜ, ମୋରଡ଼ା ଏଏସ୍‌ଆଇ ପ୍ରମୁଖ ଭାଲୁକଚୁଆ ଗାଁରେ ବେଆଇନ ଭାବେ ଚାଲିଥିବା ଦେଶୀ ମଦ ଭାଟି ଉପରେ ଚଢ଼ାଉ କରି ୨୫୫୦ ଲିଟର ମହୁଲ ପୋଚ ଜବତ କରି ନଷ୍ଟ କରିଥିଲେ। ଏପରିକି ଭାଟିରୁ ୧୦୦ ଲିଟର ଦେଶୀ ମଦ ଜବତ କରିଥିଲେ।

ସେହିପରି ଅଧିକାରୀମାନେ ବେଆଇନ ଭାବେ ମଦ ଚାଲାଣ ହେଉଥିବା ଏକ ସ୍କୁଟିକୁ ଜବତ କରି ୩୫ ଲିଟର ଦେଶୀ ମଦ ଜବତ କରିଥିଲେ। ହେଲେ ଘଟଣାସ୍ଥଳରୁ ସ୍କୁଟି ଚାଳକ ଦୌଡ଼ି ଫେରାର ହୋଇଯାଇଥିଲେ l

ଏହାପରେ ଅଧିକାରୀମାନେ ଦୁର୍ଗାପୁର ଗ୍ରାମରେ ଚଢ଼ାଉ କରି ୧୪୦୦ ଲିଟର ଦେଶୀ ମଦ ଜବତ କରି ଲଷ୍ମୀଧର ସିଂ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲେ।

ସେହିପରି ଅଧିକାରୀମାନେ ଉକ୍ତ ଗ୍ରାମର ଅନ୍ୟ ଏକ ଭାଟିରେ ଚଢ଼ାଉ କରି ୪୨୦୦ ଲିଟର ମହୁଲ ପୋଚ ଜବତ କରି ନଷ୍ଟ କରିବା ସହିତ ୩୫୦୦ ଲିଟର ଦେଶୀ ମଦ ଜବତ କରିଥିଲେ।

ଏହାପରେ ଉକ୍ତ ବ୍ଲକ ଅଧୀନ ସମାଇଡ଼ିହି ଗ୍ରାମରେ ଚଢ଼ାଉ କରାଯାଇଥିଲା। ଚଢାଉ ବେଳେ ଅଧିକାରୀମାନେ ୩୨୦୦ ଲିଟର ପୋଚ ଜବତ କରି ନଷ୍ଟ କରିଥିବା ବେଳେ ୨ଶହ ଲିଟର ଦେଶୀ ମଦ ଜବତ କରିଥିଲେ। ଏହାପରେ ବେତନଟି ଥାନା ଅଧୀନ ଚିଲବସା ଗ୍ରାମରେ ଚଢ଼ାଉ କରାଯାଇ ୩୫୦୦ ଲିଟର ମହୁଲ ପୋଚ ନଷ୍ଟ କରାଯାଇ ୨୫୦ ଲିଟର ଦେଶୀ ମଦ ଜବତ କରାଯାଇଛି। ଏଥି ସହିତ ମଦ ତିଆରି ପାଇଁ ବ୍ୟବହୃତ ହେଉଥିବା ବିଭିନ୍ନ ସାମଗ୍ରୀ ମଧ୍ୟ ଜବତ କରାଯାଇଛି l ଅନ୍ୟପକ୍ଷେ ଏଭଳି ଚଢାଉ ଜାରି ରହିବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି। ଏନେଇ ଚୋରା ମଦ ବେପାରୀଙ୍କ ମଧ୍ୟରେ ଛନାକ ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri