ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଓଡ଼ିଶାର ଦୁଇଟି ମୁଖ୍ୟ ରେଳ ଲାଇନ ବହୁମୁଖୀକରଣ (ମଲ୍ଟି-ଟ୍ରାକିଂ) ପ୍ରକଳ୍ପ ରହିଛି ୭୫ କିଲୋମିଟର ଦୀର୍ଘ ଭଦ୍ରକ-ହରିଦାସପୁର ଚତୁର୍ଥ ଲାଇନ ଏବଂ ୭୨ କିଲୋମିଟର ଦୀର୍ଘ କଟକ-ପାରାଦୀପ (ବଡ଼ବନ୍ଧ) ତୃତୀୟ ଓ ଚତୁର୍ଥ ଲାଇନ।

ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ବିସ୍ତୃତ ଏହି ୪ଟି ପ୍ରକଳ୍ପ ଦ୍ୱାରା ଭାରତୀୟ ରେଳ ନେଟୱାର୍କରେ ପ୍ରାୟ ୪୧୦ କିଲୋମିଟର ନୂଆ ଲାଇନ ଯୋଡ଼ିହେବ। ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ରେଳ ଲାଇନ୍ର କ୍ଷମତା ବୃଦ୍ଧି କରିବା, ଭିଡ଼ କମ କରିବା ଏବଂ ଯାତ୍ରୀ ଓ ମାଲ ପରିବହନ ସେବାକୁ ଅଧିକ ସୁଗମ କରିବା।

କ୍ୟାବିନେଟ ଅନୁମୋଦନ କରିଥିବା ଅନ୍ୟ ଦୁଇଟି ପ୍ରକଳ୍ପ ହେଲା ପଶ୍ଚିମବଙ୍ଗ ଓ ଓଡ଼ିଶାକୁ ଯୋଡ଼ୁଥିବା ୧୭୩ କିଲୋମିଟର ଦୀର୍ଘ ଖଡ଼ଗପୁର-ଭଦ୍ରକ (ରାଣୀତାଲ) ଚତୁର୍ଥ ଲାଇନ ଏବଂ ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ମଧ୍ୟରେ ୯୦ କିଲୋମିଟର ଦୀର୍ଘ ଗୁମ୍ମିଡିପୁଣ୍ଡି-ଗୁଡୁର ତୃତୀୟ ଓ ଚତୁର୍ଥ ଲାଇନ।

Image

ଏହି ରେଳ ସମ୍ପ୍ରସାରଣ ଦ୍ୱାରା ଓଡ଼ିଶାରେ, ବିଶେଷ କରି ଶିଳ୍ପ ଏବଂ ମାଲ ପରିବହନ କରିଡରଗୁଡ଼ିକରେ ସଂଯୋଗୀକରଣ ଅଧିକ ସୁଦୃଢ଼ ହେବ। ପାରାଦୀପ ଅଞ୍ଚଳକୁ ବିଭିନ୍ନ ସାମଗ୍ରୀ ପରିବହନ ପାଇଁ କଟକ-ପାରାଦୀପ କରିଡରର ରଣନୈତିକ ଗୁରୁତ୍ୱ ରହିଥିବା ବେଳେ ଭଦ୍ରକ-ହରିଦାସପୁର ସେକ୍ସନ ରାଜ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ରେଳପଥର କ୍ଷମତା ବୃଦ୍ଧି କରିବ।

କେନ୍ଦ୍ର ସରକାରଙ୍କ ଅନୁଯାୟୀ, ରେଳ ଲାଇନର କ୍ଷମତା ବୃଦ୍ଧି ପାଇବା ଦ୍ୱାରା ରେଳ ସେବାର କାର୍ଯ୍ୟଦକ୍ଷତା ଏବଂ ବିଶ୍ୱସନୀୟତା ବୃଦ୍ଧି ପାଇବ। ଏହି ବହୁମୁଖୀ ପ୍ରକଳ୍ପଗୁଡ଼ିକ ଟ୍ରେନ ଚଳାଚଳକୁ ସୁଗମ କରିବା ସହ ବିଦ୍ୟମାନ ରୁଟଗୁଡ଼ିକରେ ଭିଡ଼ କମାଇବାରେ ସାହାଯ୍ୟ କରିବ।

ଏହି ୪ଟି ପ୍ରକଳ୍ପ ୪ଟି ରାଜ୍ୟର ୮ଟି ଜିଲ୍ଲାକୁ ଆଚ୍ଛାଦିତ କରିବ ଏବଂ ଏହାଦ୍ୱାରା ପ୍ରାୟ ୬୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ପ୍ରାୟ ୬,୪୪୮ଟି ଗାଁ ଲାଭବାନ ହେବେ।

ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶା ଏବଂ ଅନ୍ୟାନ୍ୟ ରାଜ୍ୟର କେତେକ ପର୍ଯ୍ୟଟନ, ଧାର୍ମିକ ଏବଂ ଐତିହ୍ୟ ସ୍ଥଳକୁ ରେଳ ସଂଯୋଗୀକରଣରେ ସୁଧାର ଆଣିବ। ଏହା ମଧ୍ୟରେ କୁଲଡ଼ିହା ବନ୍ୟପ୍ରାଣୀ ଅଭୟାରଣ୍ୟ, ଭିତରକନିକା ଜାତୀୟ ଉଦ୍ୟାନ, ମା’ ଭଦ୍ରକାଳୀ ମନ୍ଦିର, ମା’ ଧାମରାଇ ମନ୍ଦିର, ପଞ୍ଚଲିଙ୍ଗେଶ୍ୱର ମନ୍ଦିର, ତାଳସରୀ-ଉଦୟପୁର, ଚାନ୍ଦିପୁର ବେଳାଭୂମି, ଗଡ଼ କୁଜଙ୍ଗ ଜଗନ୍ନାଥ ମନ୍ଦିର, ସାରଳା ମନ୍ଦିର, ଧବଳେଶ୍ୱର ମନ୍ଦିର ଏବଂ ଲଳିତଗିରି ଅନ୍ତର୍ଭୁକ୍ତ।

 


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?