Posted inଖେଳ

ବଡ଼ ରେକର୍ଡ ହାସଲ କଲେ ଓ୍ବାର୍ନର: ବକ୍ସିଂ ଡେ’ ଟେଷ୍ଟରେ ରଚିଲେ ଇତିହାସ

ମେଲବୋର୍ନ,୨୬।୧୨: ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଚାଲିଛି। ଏହି ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଆଜିଠାରୁ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଏହି ମ୍ୟାଚରେ ପାକିସ୍ତାନ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।
ଅଷ୍ଟ୍ରେଲିଆର ଦୁଇ ଓପନର୍‌ ଡେଭିଡ ୱାର୍ନର ଏବଂ ଉସମାନ ଖ୍ବାଜା ନିଜ ଦଳକୁ ଭଲ ଆରମ୍ଭ କରିଥିଲେ ମଧ୍ୟ ଏହାକୁ ଏକ ବଡ଼ ଇନିଂସରେ ପରିଣତ କରିପାରି ନ ଥିଲେ। ମଧ୍ୟାହ୍ନ ଭୋଜନ ପୂର୍ବରୁ ଡେଭିଡ ୱାର୍ନର ୩୮ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ ଏବଂ ମଧ୍ୟାହ୍ନ ଭୋଜନ ପରେ ଖ୍ବାଜା ମଧ୍ୟ ୪୨ ରନ ସ୍କୋର କରିବା ପରେ ପାଭିଲିୟନକୁ ଫେରିଥିଲେ।
ତେବେ ଏହି ସର୍ଟ ଇନିଂସ ସହ ଡେଭିଡ ୱାର୍ନର ଏକ ବିରାଟ ରେକର୍ଡ ସୃଷ୍ଟି କରିଛନ୍ତି। ୱାର୍ନର ବର୍ତ୍ତମାନ ଅଷ୍ଟ୍ରେଲିଆ ପାଇଁ ଦ୍ୱିତୀୟ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ପାକିସ୍ତାନ ବିପକ୍ଷ ମେଲବୋର୍ନ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ୩୮ ରନ ସ୍କୋର କରି ୱାର୍ନର ଅଷ୍ଟ୍ରେଲୀୟ ପୂର୍ବତନ ଅଧିନାୟକ ଷ୍ଟିଭ ୱଙ୍କୁ ପଛରେ ପକାଇ ଦେଇଛନ୍ତି।
ୱାର୍ନର ସମସ୍ତ ଫର୍ମାଟକୁ ମିଶାଇ ଅଷ୍ଟ୍ରେଲିଆ ପାଇଁ ଦ୍ୱିତୀୟ ସର୍ବାଧିକ ରନ ସ୍କୋରର ହୋଇଛନ୍ତି। ଏହି ତାଲିକାରେ ୱାର୍ନରଙ୍କ ଆଗରେ କେବଳ ଅଷ୍ଟ୍ରେଲିଆର ସଫଳ ଅଧିନାୟକ ରିକି ପଣ୍ଟିଂ ଅଛନ୍ତି।

ପଣ୍ଟିଂ ତାଙ୍କ କ୍ୟାରିୟରରେ ମୋଟ ୫୫୯ ମ୍ୟାଚ ଖେଳି ହାରାହାରି ୪୫.୮୪ରେ ୨୭,୩୬୮ ରନ ସ୍କୋର କରିଥିଲେ। ଏହି ଅବଧିରେ ପଣ୍ଟିଂ ମୋଟ ୭୦ ଶତକ ଏବଂ ୧୪୬ ଅର୍ଦ୍ଧ ଶତକ ସ୍କୋର କରିଥିଲେ।
ୱାର୍ନର ଏପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ପାଇଁ ମୋଟ ୩୭୧ ମ୍ୟାଚ ଖେଳିଛନ୍ତି ଏବଂ ହାରାହାରି ୪୨.୫୬ରେ ୧୮,୫୧୫ ରନ ସଂଗ୍ରହ କରିଛନ୍ତି। ଏହି ଅବଧି ମଧ୍ୟରେ ୱାର୍ନର ୪୯ ଶତକ ଏବଂ ୯୩ ଅର୍ଦ୍ଧଶତକ ହାସଲ କରିଛନ୍ତି।
ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ ୱ ତାଙ୍କ କ୍ୟାରିୟରରେ ମୋଟ ୪୯୩ ମ୍ୟାଚ ଖେଳିଥିଲେ ଏବଂ ହାରାହାରି ୪୧.୬୫ରେ ୧୮,୪୯୬ ରନ ସ୍କୋର କରିଥିଲେ। ଏଥିରେ ୩୫ ଶତକ ଏବଂ ୯୫ ଅର୍ଦ୍ଧଶତକ ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?