Big appointment announced for Puri temple: ପୁରୀ ଶ୍ରୀମନ୍ଦିର ପାଇଁ ବାହାରିଲା ବଡ଼ ନିଯୁକ୍ତି ସୁଯୋଗ, ୧୦୮୩ ପଦବୀ ଖାଲି, ଜାଣନ୍ତୁ ଆବେଦନ ପ୍ରକ୍ରିୟା

ପୁରୀ,୪।୩: ଶ୍ରୀକ୍ଷେତ୍ର ପୁରୀ ପାଇଁ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ। ଶ୍ରୀମନ୍ଦିର ସୁରକ୍ଷା ଓ ଦର୍ଶନ ଗହଳିକୁ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ । ଏଥିଲାଗି ମୋଟ ୧୦୮୩ ପଦବି ସୃଷ୍ଟି କରାଯାଇଛି ।

Big recruitment in jagannath temple: ଏଥିରେ ବିଭିନ୍ନ ବର୍ଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ନିୟୋଜିତ କରାଯିବ । ଫଳରେ ରୋଜଗାର ମଧ୍ୟ ସୃଷ୍ଟି ହେବ। ଷ୍ଟେଟ ଆର୍ମଡ କ୍ୟାଡରରୁ ଗୋଟିଏ କମାଣ୍ଡାଣ୍ଟ, ୨ଟି ଡେପୁଟି କମାଣ୍ଡାଣ୍ଟ, ୧୦ଟି ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ,୮ ଇନ୍ସପେକ୍ଟର, ୩୧ ସବ ଇନ୍ସପେକ୍ଟର, ୨୪ ଆସିଷ୍ଟାଣ୍ଡ ସବ ଇନ୍ସପେକ୍ଟର ପଦବି ପୂରଣ ହେବ । ସେହିଭଳି ଷ୍ଟେଟ କ୍ୟାଡର ଅଫ ସିଭିଲ ପୋଲିସରୁ ଗୋଟିଏ ସବ ଇନ୍ସପେକ୍ଟର, ୨ଟି ଆସିଷ୍ଟାଣ୍ଡ ସବ ଇନ୍ସପେକ୍ଟର, ଗୋଟିଏ ସବ ଇନ୍ସପେକ୍ଟର(ଆର୍ମୋରର) , ଗୋଟିଏ ହାବିଲଦାର (ଆର୍ମୋରର), ୨ଟି ଆସିଷ୍ଟାଣ୍ଟ ଆର୍ମୋରର, ୧ସବଇନ୍ସପେକ୍ଟର (କମ୍ୟୁନିକେସନ) , ୪ ଆସିଷ୍ଟାଣ୍ଡ ସବ ଇନ୍ସପେକ୍ଟର (କମ୍ୟୁନିକେସନ) ନିଯୁକ୍ତ ହେବେ । ଏହାବାଦ ରାଜ୍ୟ ପିଏମଟି କ୍ୟାଡରରୁ ଜଣେ ସବ ଇନ୍ସପେକ୍ଟର ଏମଟି, ୯ ଡ୍ରାଇଭର ହାବିଲଦାର, ୧୮ ଡ୍ରାଇଭର ପଦବି ପୂରଣ ହେବ ।

Big recruitment in jagannath temple: ଏହାବାଦ ହାବିଲଦାର ୨୪୦,ବାଟାଲିଆନ କ୍ୟାଡରରୁ ସିପାହୀ ୭୨୦ ଜଣ ନିଯୁକ୍ତ ହେବେ । ଡିପିଓ କ୍ୟାଡରରୁ ମୁଖ୍ୟ କିରାଣି , ବରିଷ୍ଠ କିରାଣି ଓ ବରିଷ୍ଠ ଷ୍ଟେନୋଗ୍ରାଫର ପଦବି ପୂରଣ ହେବ । ଏହି ନିଯୁକ୍ତି ପ୍ରକ୍ରିୟା କମିଟିରେ ଅଧ୍ୟକ୍ଷ ଅତିରିକ୍ତ ପୁଲିସ ଡିଜି,ସଦସ୍ୟ ଭାବେ ଆଇଜି, ଡିଆଇଜି କେନ୍ଦ୍ରାଞ୍ଚଳ ରେଞ୍ଜ, ପୁରୀ ଏସପି ଓ ଡିଜିପିଙ୍କ ଦ୍ୱାରା ମନୋନୀତ ଆଇଜି, ଡିଆଇଜି,ଏସପି କିମ୍ବା କମାଣ୍ଡାଣ୍ଟ ର଼୍ୟାଙ୍କର ଅଧିକାରୀ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri