ଫିଲ୍ମ ନିର୍ମାତା ଲୀନା ମଣିମେକାଲାଇଙ୍କୁ ଆଶ୍ୱସ୍ତି: ଗିରଫଦାରୀ ଉପରେ ଲାଗିଲା ରୋକୋ

ନୂଆଦିଲ୍ଲୀ,୨୦।୧: ଫିଲ୍ମ ନିର୍ମାତା ଲୀନା ମଣିମେକାଲାଇଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଗିରଫଦାରୀରୁ କୋର୍ଟ ତାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଏଥିସହ ‘କାଳୀ’ ପୋଷ୍ଟର ବିବାଦକୁ ନେଇ ୪ଟି ରାଜ୍ୟରେ ରୁଜୁ ହୋଇଥିବା ଏଫ୍‌ଆଇଆର୍‌ ଉପରେ ମଧ୍ୟ କୌଣସି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ। ଏତଦ୍‌ ବ୍ୟତୀତ ସମାନ ମାମାଲାରେ ଭବିଷ୍ୟତର ଏଫ୍‌ଆଇଆର୍‌ଗୁଡିକରେ ମଧ୍ୟ କୋର୍ଟ ସୁରକ୍ଷା ପ୍ରଦାନ କରିଛନ୍ତି। ସେହିପରି ଦିଲ୍ଲୀ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ମଧ୍ୟ ଏନେଇ ଏକ ନୋଟିସ ଜାରି କରାଯାଇଛି। ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ ଚନ୍ଦ୍ରଚୂଡ ଏବଂ ଜଷ୍ଟିସ ପି.ଏସ୍‌ ନରସିଂମାଙ୍କ ଏକ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଫେବୃଆରୀ ୨୦ରେ ହେବ ବୋଲି ସୂଚନା ରହିଛି। ଅନ୍ୟପଟେ ଲୀନା ଜଣେ ଲୋକପ୍ରିୟ ଫିଲ୍ମ ନିର୍ମାତା। ତାଙ୍କ ବିରୋଧରେ ୬ଟି ମାମଲା ରୁଜୁ ହେବା ସହ ଲୁକ୍‌ ଆଉଟ ନୋଟିସ୍‌ ଜାରି କରାଯାଇଛି ବୋଲି ଲୀନାଙ୍କ ଓକିଲ କାମିନୀ ଜୈସୱାଲ କହିଛନ୍ତି। ଲୀନା ଦେବୀ କାଳୀଙ୍କୁ ତାଙ୍କ ଡକ୍ୟୁମେଣ୍ଟାରୀ ଫିଲ୍ମ ‘କାଳୀ’ରେ ସିଗାରେଟ ଟାଣୁଥିବା ଦର୍ଶାଇଥିଲେ। ଏହାପରେ ବିବାଦ ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୯୯୩ ଟଙ୍କା ବଢ଼ିଲା ଗ୍ୟାସ ସିଲିଣ୍ଡର ଦର: ଆଜିଠୁ ଲାଗୁ

ନୂଆଦିଲ୍ଲୀ,୧।୫: ମେ ୧ରୁ ସାରା ଦେଶରେ ନୂତନ ଗ୍ୟାସ ସିଲିଣ୍ଡର ମୂଲ୍ୟ ଲାଗୁ ହୋଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ଦେଶର ସରକାରୀ କମ୍ପାନୀଗୁଡ଼ିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ…

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ…

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri