IAS ସ୍ତରରେ ବଡ଼ ଅଦଳବଦଳ, ବିଏମସି କମିଶନର ହେଲେ…

ଭୁବନେଶ୍ୱର,୨୨।୭: IAS ସ୍ତରରେ ବଡ଼ ଧରଣର ଅଦଳବଦଳ। ବିଏମସି କମିଶନର ହେଲେ ଚଞ୍ଚଲ ରାଣା। ଚଞ୍ଚଲ ରାଣା ବର୍ତ୍ତମାନ ପୁରୀ ଜିଲାପାଳ ଅଛନ୍ତି। ରଥ ଅଘଟଣ ପରେ ପୁରୀ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଇଥିଲେ।

Image

ସେହିପରି ରୁପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ। ସଚିନ ରାମଚନ୍ଦ୍ର ଯାଦବ କ୍ରୀଡ଼ା ଓ ଯୁବ ସେବା ବିଭାଗର ସଚିବ ନିଯୁକ୍ତ। ସେହିପରି ଭୁପେନ୍ଦ୍ର ସିଂ ପୁନିଆ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ ନିଯୁକ୍ତ। ଗୁହା ପୁନମ ତାପସ କୁମାରଙ୍କୁ କେନ୍ଦ୍ରାଞ୍ଚଳ RDC ଭାବେ ଅତିରିକ୍ତ ଦାୟିତ୍ୱ। ସଞ୍ଜୀବ କୁମାର ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ନିଯୁକ୍ତ। ହେମନ୍ତ ଶର୍ମା ଲୋକସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ। ରେହାନ ଖତ୍ରି ସମ୍ବଲପୁର ମ୍ୟୁନିସପାଲ କର୍ପୋରେଶନ କମିଶନର

Image

ହେମନ୍ତ ଶର୍ମା ଲୋକସଂପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ। ଭାସ୍କରଜ୍ୟୋତି ଶର୍ମା ହେଲେ ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ। ସଂଗ୍ରାମ କେଶରୀ ମହାପାତ୍ର ଦକ୍ଷିଣାଞ୍ଚଳ RDC ଭାବେ ନିଯୁକ୍ତ। ବିଜୟ କୁମାର ଦାସ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ।

Image

ଅମ୍ରିତ ଋତୁରାଜ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ନିଯୁକ୍ତ। କନ୍ଧମାଳ ଜିଲ୍ଲାପାଳ ଥିଲେ ଅମ୍ରିତ ଋତୁରାଜ। ଦିବ୍ୟଜ୍ୟୋତି ପରିଡ଼ା ହେଲେ ପୁରୀ ଜିଲ୍ଲାପାଳ। ଗଞ୍ଜାମ ଜିଲ୍ଲାପାଳ ଥିଲେ ୨୦୧୬ ବ୍ୟାଚ୍‌ର ଦିବ୍ୟଜ୍ୟୋତି ପରିଡ଼ା। ସୋମେଶ କୁମାର ଉପାଧ୍ୟାୟ ହେଲେ ମାଲକାନଗିରି ଜିଲ୍ଲାପାଳ। ଶୁଭଙ୍କର ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତ। ଆଶିଷ ଈଶ୍ବର ପାଟିଲ୍ ଢେଙ୍କାନାଳ ଜିଲ୍ଲାପାଳ। କୀର୍ତ୍ତି ଭାସନ ଭି- ଗଞ୍ଜାମ ଜିଲ୍ଲାପାଳ। ମନୋଜ ସତ୍ୟବାନ ମହାଜନ କୋରାପୁଟ୍ ଜିଲ୍ଲାପାଳ। ବେଦଭୂଷଣ କନ୍ଧମାଳ ଜିଲ୍ଲାପାଳ।

Image


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri