ଆଇପିଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୩ ଅଫିସରଙ୍କୁ ଡିଆଇଜି ପାହ୍ୟାଙ୍କୁ ପଦୋନ୍ନତି

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଏନେଇ
ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ଜାରି କରାଯାଇଛି। ତଦନୁଯାୟୀ ୨୦୦୯ ବ୍ୟାଚ୍‌ର ୩ ଜଣ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ୧୧ ଜିଲାରେ ନୂଆ ଏସ୍‌ପିମାନଙ୍କୁ ଅବସ୍ଥାପିତ କରାଯାଇଛି।

ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଜଗତସିଂହପୁର ଏସ୍‌ପି ଥିବା ଅଖିଳେଶ୍ୱର ସିଂହଙ୍କୁ ଡିଆଇଜି ଭାବେ ପଦୋନ୍ନତି ଦିଆଯାଇଛି। ତାଙ୍କୁ ଏସ୍‌ଏପି ଡିଆଇଜି ଭାବେ ନୂଆ ଦାୟିତ୍ୱ ମିଳିଛି। ଗଞ୍ଜାମ ଏସ୍‌ପି ଥିବା ବ୍ରିଜେଶ କୁମାର ରାୟଙ୍କୁ ମଧ୍ୟ ପଦୋନ୍ନତି ଦିଆଯାଇ ଅନୁଗୋଳ ରେଞ୍ଜ ଡିଆଇଜି ଭାବେ ନୂତନ ନିଯୁକ୍ତି ଦିଆଯାଇଛି। ଭଦ୍ରକ ଏସ୍‌ପି ଚରଣସିଂହ ମୀନାଙ୍କୁ ମଧ୍ୟ ଡିଆଇଜି ଭାବେ ପଦୋନ୍ନତି ମିଳିଛି। ତାଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ନିଯୁକ୍ତି ଦିଆଯାଇଛି।

ବାଲେଶ୍ୱର ଏସ୍‌ପି ଥିବା ସୁଧାଂଶୁ ଶେଖର ମିଶ୍ରଙ୍କୁ ଅନୁଗୋଳ ଏସ୍‌ପି ଭାବେ ବଦଳି କରାଯାଇଛି। ଯାଜପୁର ଏସ୍‌ପି ଥିବା ରାହୁଲ ପିଆର୍‌ଙ୍କୁ ଜଗତସିଂହପୁର ବଦଳି କରାଯାଇଥିବା ବେଳେ ଅନୁଗୋଳ ଏସ୍‌ପି ଜଗମୋହନ ମୀନାଙ୍କୁ ଗଞ୍ଜାମ ଏସ୍‌ପି ଭାବେ ବଦଳି କରାଯାଇଛି। ଢେଙ୍କାନାଳ ଏସ୍‌ପି ଏଲ୍‌ ଦିବ୍ୟାଙ୍କୁ ଭିଜିଲାନ୍ସ ଏସ୍‌ପିି ଭାବେ ନୂଆ ଦାୟିତ୍ୱ ମିଳିଛି। ସ୍ପେଶାଲ ବ୍ରାଞ୍ଚ ଏସ୍‌ପି ଥିବା ଜ୍ଞାନ ରଞ୍ଜନ ମହାପାତ୍ରଙ୍କୁ ଢେଙ୍କାନାଳ ଏସ୍‌ପି ଭାବେ ଅବସ୍ଥାପିତ କରାଯାଇଛି। ନୂଆପଡ଼ା ଏସ୍‌ପି ପ୍ରତ୍ୟୁଷ ଦିବାକରଙ୍କୁ ସୁନ୍ଦରଗଡ଼ ବଦଳି କରାଯାଇଛି। ଅନ୍ୟପକ୍ଷରେ ସୁନ୍ଦରଗଡ଼ ଏସ୍‌ପିଥିବା ସାଗରିକା ନାଥଙ୍କୁ ବାଲେଶ୍ୱର ବଦଳି କରାଯାଇଛି। କନ୍ଧମାଳ ଏସ୍‌ପି ବିନିତ ଅଗ୍ରୱାଲଙ୍କୁ ଯାଜପୁର ଏସ୍‌ପି ଭାବେ ନୂଆ ନିଯୁକ୍ତି ମିଳିଥିବା ବେଳେ କୋରାପୁଟ ଏସ୍‌ପି ବରୁଣ ଗୁଣ୍ଟୁପାଲିଙ୍କୁ ଭଦ୍ରକ ବଦଳି କରାଯାଇଛି। ବାଲିଗୁଡ଼ା ଏସ୍‌ଡିପିଓ ଥିବା ୨୦୧୯ ବ୍ୟାଚ୍‌ର ଆଇପିଏସ୍‌ ଗୁଣ୍ଡାଲା ରେଡ୍ଡୀ ଆର୍‌ଙ୍କୁ ନୂଆପଡ଼ା ଏସ୍‌ପି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ୨୦୧୯ ବ୍ୟାଚ୍‌ର ଆଇପିଏସ୍‌ ତଥା ମାଲକାନଗିରି ଏସ୍‌ଡିପିଓ ଶୁଭେନ୍ଦୁ ପାତ୍ରଙ୍କୁ କନ୍ଧମାଳର ଏସ୍‌ପିି ଓ କେଶିଙ୍ଗା ଏସ୍‌ଡିପିଓ ଅଭିନବ ସୋନକରଙ୍କୁ କୋରାପୁଟ ଏସ୍‌ପି ଭାବେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?