ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨୨।୬: ବରିଷ୍ଠ ଆଇଏଏସ୍‌ ଅଧିକାରୀ ଯାମିନୀ ଷଢଙ୍ଗୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଏକ ବିଜ୍ଞପ୍ତି ଜାରି ହୋଇଛି।