Posted inଖେଳ

ସୌରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୬।୩: ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ୱ ମିଳିଛି। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସର ‘ଡାଇରେକ୍ଟର ଅଫ୍‌ କ୍ରିକେଟ୍‌’ ନିଯୁକ୍ତ କରାଯାଇଛି। ଗାଙ୍ଗୁଲି ଦିଲ୍ଲୀ ଫ୍ରାଞ୍ଚାଇଜରେ ଯୋଗ ଦେଇସାରିଛନ୍ତି ଏବଂ ଦିଲ୍ଲୀର ତାଲିମ ଶିବିରରେ ମଧ୍ୟ ଉପସ୍ଥିତ ଅଛନ୍ତି, କିନ୍ତୁ ତାଙ୍କୁ ଦିଆଯାଇଥିବା ଦାୟିତ୍ୱ ଗୁରୁବାର ଘୋଷଣା କରାଯାଇଛି। ପୂର୍ବରୁ ଆଇପିଏଲ ୨୦୧୯ରେ ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ପରାମର୍ଶଦାତା ଥିଲେ।
ତାଙ୍କର ଏହି ନୂତନ ଦାୟିତ୍ୱକୁ ନେଇ ଗାଙ୍ଗୁଲି କହିଛନ୍ତି, ମୁଁ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବାକୁ ଉତ୍ସାହିତ ଅଛି। ଗତ କିଛି ମାସ ଧରି, ମୁଁ ଦିଲ୍ଲୀ କ୍ୟାପିଟାଲ୍ସର ବିଭିନ୍ନ ଦଳ ସହିତ ଜଡିତ ଅଛି। ଡବ୍ଲ୍ୟୁପିଏଲ୍‌ରେ ଦିଲ୍ଲୀ ଫ୍ରାଞ୍ଚାଇଜ ମହିଳା ଦଳ ଏବଂ ସା୨୦ର ପ୍ରିଟୋରିଆ କ୍ୟାପିଟାଲ୍ସ ସହିତ ମୁଁ ଜଡିତ ଥିଲି। ବର୍ତ୍ତମାନ ମୁଁ ଆଇପିଏଲର ଆଗାମୀ ସିଜିନକୁ ଅପେକ୍ଷା କରିଛି। ମୋର ଶେଷ କାର୍ଯ୍ୟକାଳ ମଧ୍ୟରେ, ଦିଲ୍ଲୀ କ୍ୟାପିଟାଲ୍ସ ଏକ ଦଳ ଭାବରେ ଭଲ ପ୍ରଦର୍ଶନ କରିଥିଲା। ଏଥର ମଧ୍ୟ ମୋର ସମାନ ଆଶା ଅଛି। ସୌରଭ ଗାଙ୍ଗୁଲିଙ୍କ ପରାମର୍ଶରେ ଦିଲ୍ଲୀ କ୍ୟାପିଟାଲ୍ସ ଆଇପିଏଲ ୨୦୧୯ରେ ଭଲ ପ୍ରଦର୍ଶନ କରି ପଏଣ୍ଟ ଟେବୁଲରେ ତୃତୀୟ ସ୍ଥାନରେ ଥିଲା।
ରିଷଭ ପନ୍ତଙ୍କ ଅନୁପସ୍ଥିତିରେ, ଦିଲ୍ଲୀ କ୍ୟାପିଟାଲ୍ସ ଡେଭିଡ ୱାର୍ନରଙ୍କୁ ଆଇପିଏଲ ୨୦୨୩ ପାଇଁ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri