Posted inଜାତୀୟ

ଲାଲକିଲ୍ଲା ବିସ୍ଫୋରଣ ମାମଲାରେ ବଡ଼ ଖୁଲାସା: ଅଟା ମେଶିନରେ ହେଉଥିଲା…

ନୂଆଦିଲ୍ଲୀ,୨୧ା୧୧: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର୍‌ ବିସ୍ଫୋରଣ ମାମଲାରେ ତଦନ୍ତକାରୀ ସଂସ୍ଥାଗୁଡ଼ିକୁ ଏକ ପ୍ରମୁଖ ସୁରାକ ମିଳିଛି। ଗିରଫ ଅଭିଯୁକ୍ତ ମୁଜାମ୍ମିଲ ଶକିଲ ବିସ୍ଫୋରକ ପ୍ରସ୍ତୁତ କରିବା ପାଇଁ ଏକ ଅଟା ମିଲ୍‌ ଏବଂ ବୈଦ୍ୟୁତିକ ଯନ୍ତ୍ରପାତି ବ୍ୟବହାର କରିଥିଲେ। ତଦନ୍ତ ସମୟରେ ପୋଲିସ ହରିୟାଣାର ଫରିଦାବାଦର ଜଣେ ଟ୍ୟାକ୍ସି ଡ୍ରାଇଭରଙ୍କ ଘରୁ ମିଲ୍‌ ଏବଂ ଯନ୍ତ୍ରପାତି ଉଦ୍ଧାର କରିଛି।

ଜମ୍ମୁ-କଶ୍ମୀରର ପୁଲଓ୍ବାମାର ବାସିନ୍ଦା ଗନି ଫରିଦାବାଦରେ ତାଙ୍କ ଭଡ଼ା ଘରେ ୟୁରିଆକୁ ସୂକ୍ଷ୍ମ ପାଉଡରରେ ପେଷିବା ପାଇଁ ଏକ ଅଟା ମିଲ ବ୍ୟବହାର କରିଥିଲେ ଏବଂ ତା’ପରେ ରାସାୟନିକ ପ୍ରସ୍ତୁତ କରିବା ପାଇଁ ଏକ ବୈଦ୍ୟୁତିକ ମେଶିନ ସାହାଯ୍ୟରେ ଏହାକୁ ବିଶୋଧିତ କରିଥିଲେ। ନଭେମ୍ବର ୯ରେ ପୋଲିସ ସେହି ସ୍ଥାନରୁ ୩୬୦ କିଲୋଗ୍ରାମ ଆମୋନିୟମ ନାଇଟ୍ରେଟ୍‌ ଏବଂ ଅନ୍ୟାନ୍ୟ ବିସ୍ଫୋରକ ସାମଗ୍ରୀ ଜବତ କରିଥିଲା। ପଚରାଉଚରା ସମୟରେ ଅଭିଯୁକ୍ତ ସ୍ବୀକାର କରିଥିଲେ ଯେ, ସେ ଦୀର୍ଘ ସମୟ ଧରି ଏହି ପଦ୍ଧତି ବ୍ୟବହାର କରି ୟୁରିଆରୁ ଆମୋନିୟମ ନାଇଟ୍ରେଟ୍‌ ପୃଥକ କରି ବିସ୍ଫୋରକ ପ୍ରସ୍ତୁତ କରୁଥିଲେ। ସେ ଫରିଦାବାଦର ଅଲ-ଫଲାହ ବିଶ୍ୱବିଦ୍ୟାଳୟରେ ଜଣେ ଡାକ୍ତର ଥିଲେ।

NIA ଦଳ ଫରିଦାବାଦର ଟ୍ୟାକ୍ସି ଡ୍ରାଇଭରଙ୍କୁ ମଧ୍ୟ ଅଟକ ରଖିଛି ଯାହାଙ୍କ ଘରୁ ଉପକରଣ ଉଦ୍ଧାର କରାଯାଇଥିଲା। ଡ୍ରାଇଭର କହିଛନ୍ତି, ପ୍ରାୟ ୪ ବର୍ଷ ପୂର୍ବେ ସେ ତାଙ୍କ ପୁଅର ଚିକିତ୍ସା ପାଇଁ ଅଲ୍‌-ଫଲାହ ମେଡିକାଲ କଲେଜ ଯାଇଥିବା ସମୟରେ ଗଣାଇଙ୍କୁ ଭେଟିଥିଲେ।

ସୂଚନାଯୋଗ୍ୟ, ଲାଲକିଲ୍ଲା ନିକଟରେ କାର୍‌ ବିସ୍ଫୋରଣରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିଲା। କାର୍‌ ଚଳାଉଥିବା ଆତ୍ମଘାତୀ ଆକ୍ରମଣକାରୀ ଉମର ଉନ୍‌ ନବି ଏହି ଆକ୍ରମଣରେ ପ୍ରାଣ ହରାଇଥିଲେ। ସେ କଶ୍ମୀରର ବାସିନ୍ଦା ଏବଂ ପେସାରେ ଜଣେ ଡାକ୍ତର ଥିଲେ। ଉମର ଅଲ୍‌-ଫଲାହ ବିଶ୍ୱବିଦ୍ୟାଳୟ ସହିତ ମଧ୍ୟ ଜଡ଼ିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri