Posted inଜାତୀୟ

“ଲଙ୍କାଗୁଣ୍ଡ ପକାଇ ବାନ୍ଧିଲେ, ତା’ପରେ ଛୁରୀରେ ହତ୍ୟା କଲେ”, କର୍ଣ୍ଣାଟକର ପୂର୍ବତନ ଡିଜିପିଙ୍କ ହତ୍ୟା ମାମଲାରେ ବଡ଼ ଖୁଲାସା

ବେଙ୍ଗଲୁରୁ,୨୧।୪: କର୍ଣ୍ଣାଟକର ପୂର୍ବତନ ଡିଜିପି ଓମ ପ୍ରକାଶଙ୍କ ମୃତ୍ୟୁ ମାମଲାରେ ଆଶ୍ଚର୍ଯ୍ୟଜନକ ଖୁଲାସା ହୋଇଛି। ସେ ଏପ୍ରିଲ ୨୦ ତାରିଖରେ ବେଙ୍ଗାଲୁରୁସ୍ଥିତ ନିଜ ଘରେ ମୃତ ଅବସ୍ଥାରେ ମିଳିଥିଲେ। ସୂତ୍ର ଅନୁସାରେ, ମଧ୍ୟାହ୍ନରେ ତାଙ୍କର ପତ୍ନୀଙ୍କ ସହ ଝଗଡ଼ା ହୋଇଥିଲା। ଝଗଡ଼ା ସମୟରେ ତାଙ୍କ ପତ୍ନୀ ତାଙ୍କ ଉପରେ ଲଙ୍କାଗୁଣ୍ଡ ପକାଇଥିଲେ, ତାଙ୍କୁ ବାନ୍ଧିଥିଲେ ଏବଂ ତା’ପରେ ଛୁରୀରେ ଆକ୍ରମଣ କରି ହତ୍ୟା କରିଥିଲେ। 68 ବର୍ଷୀୟ ଓମ ପ୍ରକାଶଙ୍କ ଉପରେ କାଚ ବୋତଲରେ ମଧ୍ୟ ଆକ୍ରମଣ କରାଯାଇଥିଲା।

ହତ୍ୟା ପରେ ଓମ ପ୍ରକାଶଙ୍କ ପତ୍ନୀ ଅନ୍ୟ ଜଣେ ପୋଲିସ ଅଧିକାରୀଙ୍କ ପତ୍ନୀଙ୍କୁ ଫୋନ କରି କହିଥିଲେ ଯେ ସେ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି। ଏହାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଓମ ପ୍ରକାଶଙ୍କ ପତ୍ନୀ ଏବଂ ଝିଅକୁ ହେପାଜତରେ ନେଇଥିଲା। ପୋଲିସ ମା’ ଓ ଝିଅଙ୍କଠାରୁ ପ୍ରାୟ ୧୨ ଘଣ୍ଟା ଧରି ପଚରାଉଚରା କରିଛି।
ଅନେକ ଆଶ୍ଚର୍ଯ୍ୟଜନକ ଖୁଲାସା

ରିପୋର୍ଟରେ କୁହାଯାଇଛି ଯେ ଓମ ପ୍ରକାଶ ଏବଂ ତାଙ୍କ ପତ୍ନୀଙ୍କ ମଧ୍ୟରେ ଜମି ଜାଗା ସମ୍ପତ୍ତିକୁ ନେଇ ବିବାଦ ହୋଇଥିଲା। ଓମ ପ୍ରକାଶ ସେହି ସମ୍ପତ୍ତି ତାଙ୍କର ଜଣେ ସମ୍ପର୍କୀୟଙ୍କୁ ଦେଇଥିଲେ, ଯେଉଁଥିପାଇଁ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ଝଗଡ଼ା ଏତେ ବଢ଼ିଗଲା ଯେ ମାରପିଟ ଆରମ୍ଭ ହୋଇଗଲା ଏବଂ ସନ୍ଦେହ କରାଯାଉଛି ଯେ ପତ୍ନୀ ହିଁ ତାଙ୍କୁ ହତ୍ୟା କରିଛନ୍ତି। ପୋଲିସ ଏବେ ଏହା ମଧ୍ୟ ତଦନ୍ତ କରୁଛି ଯେ ତାଙ୍କ ଝିଅ ମଧ୍ୟ ଏହି ଘଟଣାରେ ସାମିଲ ଥିଲେ କି ନାହିଁ। ଓମ ପ୍ରକାଶଙ୍କ ପୁତ୍ରଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ବେଙ୍ଗାଲୁରୁର ଅତିରିକ୍ତ ପୋଲିସ ଆୟୁକ୍ତ ବିକାଶ କୁମାର କହିଛନ୍ତି ଯେ ସକାଳ ପ୍ରାୟ ୪ ଟା ସମୟରେ ପୋଲିସକୁ ସୂଚନା ମିଳିଥିଲା ଯେ ଜଣେ ଅବସରପ୍ରାପ୍ତ ଅଧିକାରୀଙ୍କର ମୃତ୍ୟୁ ହୋଇଛି। ଓମ ପ୍ରକାଶ ୧୯୮୧ ବ୍ୟାଚର ଆଇପିଏସ (ଭାରତୀୟ ପୋଲିସ ସେବା) ଅଧିକାରୀ ଥିଲେ। ସେ ମାର୍ଚ୍ଚ ୨୦୧୫ରେ କର୍ଣ୍ଣାଟକର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତ ହୋଇଥିଲେ। ଏହାପୂର୍ବରୁ ସେ ଅଗ୍ନିଶମ, ଜରୁରୀ ସେବା ଏବଂ ହୋମ ଗାର୍ଡ ବିଭାଗର ମୁଖ୍ୟ ଭାବେ ମଧ୍ୟ କାର୍ୟ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri