Posted inଜାତୀୟ

ରିପୋର୍ଟରେ ବଡ଼ ଖୁଲାସା, ‘କୋଭାକ୍ସିନ’ ରେ ବି ଦେଖାଯାଉଛି ସାଇଡ ଇଫେକ୍ଟ

ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ସମୟରେ ଦେଶବାସୀ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ନେଇଛନ୍ତି। କିନ୍ତୁ, ଧୀରେ ଧୀରେ ବର୍ତ୍ତମାନ ଏହି ଦୁଇଟି ଟିକାର ପାର୍ଶ୍ୱ ପ୍ରତିକ୍ରିୟା ସାମ୍ନାକୁ ଆସୁଛି । କିଛିଦିନ ପୂର୍ବରୁ କୋଭିଶିଲ୍ଡକୁ ନେଇ ମଧ୍ୟ ବିବାଦ ମୁଣ୍ଡ ଟେକିଥିଲା। ଯେଉଁଥିରେ ଏହି ଟିକା ନେଇଥିବା କିଛିଜଣଙ୍କ ମଧ୍ୟରେ ବ୍ଲଡକ୍ଲଟିଙ୍କ ପରି ସମସ୍ୟା ଦେଖାଯାଇଥିଲା। ଯାହାପରେ ଏହାକୁ ପ୍ରସ୍ତୁତ କରିଥିବା ବ୍ରିଟିଶ କମ୍ପାନୀ ଆଷ୍ଟ୍ରାଜେନିକା ଏହି ଟିକାକୁ ଫେରାଇ ନେଇଥିଲା।

କୋର୍ଟରେ କମ୍ପାନୀ ସ୍ବୀକାର କରିଥିଲା ଯେ, ଏହି ଟିକା ଦ୍ୱାରା କିଛି ଲୋକଙ୍କଠାରେ ଗୁରୁତର ରୋଗ ସୃଷ୍ଟି ହୋଇପାରେ। ସେହିଭଳି ଆମ ଦେଶରେ ଭାରତ ବାୟୋଟେକ କମ୍ପାନୀ ଦ୍ୱାରା ବିକଶିତ ଟିକା ‘କୋଭାକ୍ସିନ’ର ପାର୍ଶ୍ୱ ପ୍ରତିକ୍ରିୟା ବିଷୟରେ ଏକ ରିପୋର୍ଟ ସାମ୍ନାକୁ ଆସିଛି। ଏଥିରେ ଦାବି କରାଯାଇଛି ଯେ, ଏହି ଟିକା ନେବାର ପ୍ରାୟ ଏକ ବର୍ଷ ମଧ୍ୟରେ ଏହାର ପାର୍ଶ୍ୱ ପ୍ରତିକ୍ରିୟା ବହୁଜଣଙ୍କ ଠାରେ ଦେଖାଯାଇଛି। ବିଶେଷ କରି ଏଥିରେ କିଶୋରୀମାନେ ଅଧିକ ପ୍ରଭାବିତ ହେଉଛନ୍ତି।

ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ଏକ ‘ ଅବଜରଭେଶନ ଷ୍ଟଡି’ କରାଯାଇଥିଲା। ଏଥିରେ, ଟିକା ନେଇଥିବା ଏକ ତୃତୀୟାଂଶଲୋକଙ୍କ ମଧ୍ୟରେ ‘ବିଶେଷ ପ୍ରତିକୂଳ ପ୍ରଭାବ’ ଅର୍ଥାତ AESI ଦେଖିବାକୁ ମିଳିଥିଲା । ଏହି ଅନୁସନ୍ଧାନ ରିପୋର୍ଟ ସ୍ପ୍ରିଞ୍ଜର ଲିଙ୍କ (SpringerLink) ପତ୍ରିକାରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri