ସୁଭଦ୍ରା ଟଙ୍କା ସହ ମିଳିବ ବଡ଼ ପୁରସ୍କାର, ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୩୦।୯: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଏଣିକି ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ପୁରସ୍କାର ମଧ୍ୟ ମିଳିବ। ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ରବିବାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ । ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।

ତେବେ ଆଜି ଏକ ବଡ଼ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ସୁଭଦ୍ରା ଆବେଦନକାରୀଙ୍କୁ ପୁରସ୍କାର ମିଳିବ। କେବଳ ଏକ ଓ ଏକ କୋଟି ନମ୍ବରରେ ଥିବା ମହିଳାଙ୍କୁ ପୁରସ୍କାର ମିଳିବ।
୯ ତାରିଖରେ ୪୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ବାରିପଦାରେ ଆୟୋଜିତ ସଭାରେ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।

ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି। ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ। ଆବେଦନ ପରେ ଅଯୋଗ୍ୟ ହିତାଧିକାରୀ ଯାଞ୍ଚ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

ସୂଚନାଯୋଗ୍ୟ, ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri