Posted inଜାତୀୟ

ଉତ୍ତରାଖଣ୍ଡରେ ବଡ଼ ଦୁର୍ଘଟଣା: ଘାଟୀରୁ ଖସିଲା ବସ୍, ୨୨ ମୃତ

ନୂଆଦିଲ୍ଲୀ,୪।୧୧: ଉତ୍ତରାଖଣ୍ଡର ଆଲମୋଡାରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ହୋଇଛି। ଦୁର୍ଘଟଣାରେ ପ୍ରାୟ ୨୨ ଲୋକ ମୃତ୍ୟୁ ବରଣ କରିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢିବାର ସମ୍ଭାବନା ରହିଛି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ୟ୍ୟ ଆରମ୍ଭ କରିଥିଲେ।

ସୂଚନାନୁସାରେ, ନୈନି ଦାଣ୍ଡାରୁ ରାମନଗର ଅଭିମୁଖେ ଯାଉଥିବା ଏକ ବସ୍ ଆଜି ସକାଳେ ଖାଲରେ ପଡ଼ିଯାଇଥିଲା। ବସ୍ ଗେଟ୍ ଜାଗିର ନଦୀ କୂଳରେ ଖସିପଡି ୧୫ ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଲୋକ ଆହତ ହୋଇଥିବାବେଳେ।

ପ୍ରାରମ୍ଭିକ ସୂଚନା ମିଳିଛି ଯେ ଏହି ଦୁର୍ଘଟଣାର ଶିକାର ହୋଇଥିବା ବସ୍ ନୈନି ଦାଣ୍ଡ କିନାଥରୁ ଯାତ୍ରୀମାନଙ୍କୁ ନେଇ ଯାଉଥିଲା। ବସ୍ ରାମନଗର ଯିବାକୁ ଥିଲା। ବସଟି ସରାଦ ବେଣ୍ଡ ନିକଟ ନଦୀରେ ଖସି ପଡିଛି।

ବିପର୍ୟ୍ୟୟ ପରିଚାଳନା ଅଧିକାରୀ ଆଲମୋରା ଭିନେଟ ପାଲ କହିଛନ୍ତି ଯେ ୨୦ ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢିପାରେ। ଦୁର୍ଘଟଣାରେ କେତେଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି ତାହା ଆଗକୁ ସ୍ପଷ୍ଟ ହୋଇଯିବ।

ବସ୍ ୪୨ ଟି ସିଟ୍ ଥିଲା। ବସ୍‌ରେ ୩୫ ରୁ ଅଧିକ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ କିଛି ଯାତ୍ରୀ ନିଜେ ବସରୁ ବାହାରି ଆସିଥିଲେ। କିଛି ଲୋକ ଛିନ୍ନଛତ୍ର ହୋଇ ତଳେ ପଡ଼ିଗଲେ। କେବଳ ଆହତ ଲୋକମାନେ ଏହି ସୂଚନା ଅନ୍ୟମାନଙ୍କୁ ଦେଇଥିଲେ। ଆହତମାନଙ୍କୁ ଡାକ୍ତରଖାନା ନେବା ପାଇଁ କାର୍ୟ୍ୟ ଚାଲିଛି। ଏସଏସପି ଆଲମୋରା ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହାଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri