ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଘୋଷଣା କରିଛନ୍ତି । ଗୁରୁବାର ପୂର୍ତ୍ତ ବିଭାଗ ପକ୍ଷରୁ ମଞ୍ଜୁର ହୋଇଥିବା ଏହି ପ୍ରକଳ୍ପ ପାଇଁ ୧୧ କୋଟି ୧୯ ଲକ୍ଷ ୩୩ ହଜାର ଟଙ୍କା ବ୍ୟୟ ବରାଦ ହୋଇଛି । ଗୁଡ଼ାରୀ-ଢ଼େପାଗୁଡ଼ା – କର୍ଲାଘାଟି ରାସ୍ତାର ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ପ୍ରଶାସନିକ ମଞ୍ଜୁରି ପ୍ରଦାନ କରାଯାଇଛି । ଏହି ପ୍ରକଳ୍ପ ଦ୍ୱାରା ଗୁଡାରି ଅଞ୍ଚଳବାସୀଙ୍କ ଯାତାୟାତକୁ ଅଧିକ ସୁଗମ କରିବା ସହ ଜିଲାର ବିକାଶ ପ୍ରକ୍ରିୟାକୁ ଆହୁରି ଗତିଶୀଳ କରିବ।

ଦୀର୍ଘ ୨୫ କିମି ଏହି ରାସ୍ତାର ଓସାର ବର୍ତ୍ତମାନ ୩.୬୫ ମିଟର ଥିବାବେଳେ ଏହି ପ୍ରକଳ୍ପ ଦ୍ୱାରା ୭ ମିଟର ଓସାର ହେବ । ବ୍ଲକର ମଧୁବନ, ପେଣ୍ଡିଲି, ଖାରିଗୁଡା, କର୍ଲାଘାଟି ଗ୍ରାମପଞ୍ଚାତ ଓ ଗୁଡାରି ସହର ବାସିନ୍ଦା ଏହି ରାସ୍ତା ଦ୍ୱାରା ଅଧିକ ଉପକୃତ ହେବେ । ମୁଖ୍ୟତଃ ଗୁଡାରି ଅଞ୍ଚଳବାସୀ ସ୍ୱାସ୍ଥ୍ୟ ସେବା ନିମନ୍ତେ ବିଷମକଟକ ଖ୍ରୀଷ୍ଟିଆନ ହସ୍ପିଟାଲ ଉପରେ ଅଧିକ ନିର୍ଭରଶୀଳ ହୋଇଥାନ୍ତି । ଏହି ପ୍ରକଳ୍ପ ହେବା ଫଳରେ ପ୍ରାୟ ଦେଢ ଘଣ୍ଟା ମଧ୍ୟରେ ଗୁଡାରି ଅଞ୍ଚଳବାସୀ ବିଷମକଟକ ପହଞ୍ଚି ପାରିବେ। ଏହି ପ୍ରକଳ୍ପ ନେଇ ବିଧାୟକ ସତ୍ୟଜିତ ଗମାଙ୍ଗ କହିଛନ୍ତି ଏ ସମ୍ପର୍କରେ ସେ ପୂର୍ବରୁ ବିଧାନ ସଭାରେ ପ୍ରଶ୍ନ କରିଛନ୍ତି ଏବଂ ବିଭାଗୀୟ ମନ୍ତ୍ରୀ ଏବଂ ସଚିବଙ୍କୁ ମଧ୍ୟ ଲିଖିତ ଭାବେ ଅଵଗତ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ଗୁଡାରି ଅଞ୍ଚଳବାସୀ ଯୋଗାଯୋଗ କ୍ଷେତ୍ରରେ ଅଧିକ ଉପକୃତ ହୋଇପାରିବେ ବୋଲି ସେ କହିଛନ୍ତି।

ତେବେ ଅନେକ ଦିନ ଧରି ଦାବି ହୋଇ ଆସୁଥିବା ୫୨ କିମି ପଦ୍ମପୁର -ଗୁଡାରି -ରାଇବିଜି (ପିଜିଆର) ରୋଡ୍ ପ୍ରକଳ୍ପର କାର୍ଯ୍ୟକାରିତା ମନ୍ଥର ଗତିରେ ଚାଲିଥିବା ଜଣାପଡ଼ିଛି । ଗୁଡାରି ଅଞ୍ଚଳର ଗମନାଗମନ ପାଇଁ ନିତାନ୍ତ ଆବଶ୍ୟକ ଥିବା ଏହି ପ୍ରକଳ୍ପ ପ୍ରଥମେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ବେଳେ ଏବେ ପୂର୍ତ୍ତ ବିଭାଗକୁ ସ୍ଥାନାନ୍ତର ହୋଇଛି। ଏହାପରେ ଏବେ କେଉଁ ରାସ୍ତା ଦେଇ ଉକ୍ତ ରାସ୍ତାଯିବ ଓ କେତେ ଅଧିକ ଜମି ଅଧିଗ୍ରହଣ ଆବଶ୍ୟକ ସେନେଇ ସର୍ବେକ୍ଷଣ ଚାଲିଥିବା ଜଣାପଡ଼ିଛି। ଏହାପରେ ପ୍ରକଳ୍ପ ମଞ୍ଜୁରି ପାଇଁ ବିଭାଗୀୟ ସ୍ତରରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?