ବଡ଼ ଘୋଟାଲା: କିରାଣି ଗିରଫ, ପିଅନ ଫେରାର

ପଦ୍ମପୁର,୯।୯(ପ୍ରଦୀପ୍ତ ଦାଶ) ପଦ୍ମପୁର ଜିଲା କୃଷି ବିଭାଗ କାର୍ଯ୍ୟାଳୟରେ ଏକ ବଡ ଧରଣର କେଲେଙ୍କାରୀ ସାମ୍ନାକୁ ଆସିଛି । କାର୍ଯ୍ୟାଳୟର ବରିଷ୍ଠ କିରାଣୀ ଏବଂ ପିଅନ ଲକ୍ଷାଧିକ ଟଙ୍କା ଉଠାଇ ନେଇଥିବା ପଦ୍ମପୁର ଥାନାରେ ଜିଲା କୃଷି ଅଧିକାରୀ ପ୍ରଭାସ ଚନ୍ଦ୍ର ପଣ୍ଡା ଲିଖିତ ଅଭିଯୋଗ କରିଛନ୍ତି ।

ଅଭିଯୋଗ ମୁତାବକ, ପଦ୍ମପୁର ବରିକେଲରେ ଥିବା ଜିଲା କୃଷି ଅଧିକାରୀଙ୍କ କାର୍ଯାଳୟର ବରିଷ୍ଠ କିରାଣୀ କ୍ଷୀରୋଦ୍ର ଭୋଇ ଗତ୨୨।୭।୨୫ ତାରିଖରେ ବିଲ ନମ୍ବର ୨୩ରେ ୧୪ଲକ୍ଷ ୬୦ହଜାର ୧୦ ଟଙ୍କା ଓ ତା ୧୧.୬.୨୫ରେ ୮ଲକ୍ଷ ୨୪ହଜାର ୨୨୫ ଟଙ୍କା ମୋଟ ୨୨ ଲକ୍ଷ ୩୦ ହଜାର ୨୨୫ ଟଙ୍କା ପିଅନ ରୂପକ ସାହୁଙ୍କ ଏଚଡିଏଫସି ବ୍ୟାଙ୍କ ଏକାଉଣ୍ଟକୁ ଟ୍ରାନ୍ସଫର ହୋଇଥିଲା ।

ଏହି ଘଟଣା ପଦ୍ମପୁର ସବ୍‌ ଟ୍ରେଜେରୀରୁ ଜିଲା କୃଷି ଅଧିକାରୀ ପଣ୍ଡା ଜାଣିବା ପରେ ଗତ ୫ ତାରିଖରେ ପଦ୍ମପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏନେଇ ପଦ୍ମପୁର ଥାନାରେ ଧାରା ୩୧୬ (୪), ୩୧୮ (୪)୩୦୫ E/୩(୫)ରେ ଏକ ମାମଲା(ନମ୍ବର ୨୪୦/୨୫) ମାମଲା ରୁଜୁ ହୋଇଥିଲା।

ପୋଲିସ ତଦନ୍ତ ପରେ କିରାଣୀ କ୍ଷୀରୋଦ୍ର ମେହେଙ୍କୁ ବରିକେଲ ଅଫିସ ବାସଭବନରୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେହିପରି ପିଅନ ରୂପକ ସାହୁ ଫେରାର ଥିବା ପୋଲିସ ପକ୍ଷରୁ କୁହାଯାଇଛି। ଉଭୟ କିରାଣୀ ଓ ପିଅନ ଗତ ୧୧ତାରିଖରୁ କାର୍ଯ୍ୟାଳୟକୁ ଆସୁ ନ ଥିଲେ। ଏ ସମ୍ପର୍କରେ ଜିଲା କୃଷି ଅଧିକାରୀ ପ୍ରଭାସ ଚନ୍ଦ୍ର ପଣ୍ଡାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ । ମାମଲାକୁ ପଦ୍ମପୁର ଥାନା ଏସ୍‌ଆଇ ପ୍ରମିଳା ମରି ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍‌ଟେକ୍‌ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି

ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍‌ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?