ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ବ୍ରାଜିଲକୁ ବଡ଼ ଝଟ୍‌କା

ମୋରିସଟାଉନ୍‌,୮ା୬: ବିଶ୍ୱକପ୍‌ରେ ମରକ୍କୋ ବିପକ୍ଷ ପ୍ରଥମ ମ୍ୟାଚ୍‌ ଖେଳାଯିବାକୁ ଆଉ ଏକ ସପ୍ତାହରୁ କମ୍‌ ଦିନ ଥିବାବେଳେ ବ୍ରାଜିଲ ଆଘାତଜନିତ କାରଣରୁ ଦଳରେ ଜଣେ ଖେଳାଳି ପରିବର୍ତ୍ତନ କରିଛି। ରାଇଟ୍‌ବ୍ୟାକ୍‌ ଓ୍ବେସ୍‌ଲିଙ୍କ ସ୍ଥାନରେ ମିଡ୍‌ଫିଲ୍ଡର ଏଡରସନଙ୍କୁ ଦଳରେ ସାମିଲ କରିଛି। ବ୍ରାଜିଲିଆନ ଫୁଟ୍‌ବଲ ମହାସଂଘ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଓ୍ବେସ୍‌ଲିଙ୍କ ବାମଜଙ୍ଘ ମାଂସପେଶୀରେ ଆଘାତ ଲାଗିଛି। ଶନିବାର ରାତିରେ କ୍ଲେଭେଲାଣ୍ଡଠାରେ ଇଜିପ୍ଟ ବିପକ୍ଷ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳୁଥିବା ବେଳେ ପ୍ରାରମ୍ଭରୁ ସେ ପଡ଼ିଆ ଛାଡ଼ିଥିଲେ। ଓ୍ବେସ୍‌ଲି ହେଉଛନ୍ତି ଜଣେ ଆଥଲେଟ୍‌।

ତାଙ୍କୁ ଦଳର ଜଣେ ପ୍ରମୁଖ ଖେଳାଳି ଭାବେ ଗଣାଯାଏ। ୨୬ ବର୍ଷୀୟ ଏଡରସନ ବର୍ତ୍ତମାନ ଆମେରିକା ଯାଇ ଦଳ ସହିତ ଯୋଗଦେବେ। ବ୍ରାଜିଲ ଶନିବାର ଏହାର ପ୍ରଥମ ଗ୍ରୁପ୍‌ ମ୍ୟାଚ ନ୍ୟୁଜର୍ସିର ଇଷ୍ଟ ରଥରଫୋର୍ଡ ଅନ୍ତର୍ଗତ ମିଡୋଲାଣ୍ଡ୍ସଠାରେ ଖେଳିବ। ଦଳର ଅନ୍ୟ ଜଣେ ଖେଳାଳି ମଧ୍ୟ ଆଘାତଜନିତ ସମସ୍ୟାରେ ଅଛନ୍ତି। ସେ ହେଉଛନ୍ତି ୩୪ ବର୍ଷୀୟ ଫରଓ୍ବାର୍ଡ ନେମାର। ସେ ଦଳର ଅନ୍ୟ ଖେଳାଳିମାନଙ୍କ ସହ କ୍ଲେଭେଲାଣ୍ଡ ଗସ୍ତ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri