Posted inଖେଳ

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ ଶୀର୍ସେ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ବାମ ପାଦରେ ଦୁଇଟି ଷ୍ଟ୍ରେସ୍‌ ପ୍ରାକଚର ସତ୍ତ୍ୱେ ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେବା କାରଣରୁ ତାଙ୍କ ସମସ୍ୟା ବୃଦ୍ଧି ପାଇଛି।

ଶୀର୍ସେ ପ୍ରଥମ ଭାରତୀୟ ଭାବେ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୧୧୦ ମି. ହର୍ଡଲ୍ସ ଫାଇନାଲରେ ପ୍ରବେଶ କରିଥିଲେ। କିନ୍ତୁ ଅତ୍ୟଧିକ ଟେପ ବାନ୍ଧି ଦୌଡ଼ିଥିବା ଶୀର୍ସେ ୮ ଧାବକ ବିଶିଷ୍ଟ ଫାଇନାଲରେ ଅନ୍ତିମ ସ୍ଥାନରେ ରହିଥିଲେ।

ପୋଷ୍ଟ ମୋତେ କଦାପି କରିବାକୁ ପଡ଼ିବ ଚିନ୍ତା କରି ନ ଥିଲି। ମୁଁ ହାତରେ ପଦକ ଧରି ପୋଷ୍ଟ କରିବି ଚିନ୍ତା କରିଥିଲି। ଏବେ ମୋତେ ଜିତିବା ପାଇଁ ପ୍ରସ୍ତୁତି କରିବାର ଥିଲା। କିନ୍ତୁ ମୁଁ ଏବେ ଏମ୍‌ଆରଆଇ ରିପୋର୍ଟ ଧରିଛି। ବାମ ପାଦରେ ଦୁଇଟି ଷ୍ଟ୍ରେସ ଫ୍ରାକଚର ହୋଇଛି। ଏଥିଯୋଗୁ ମୋ ସିଜନ ଶେଷ ହୋଇଛି। ସବୁଠୁ ଦୁଃଖର ବିଷୟ ହେଉଛି, ମୁଁ ଏସିଆନ ଗେମ୍ସ ପାଇଁ ଯୋଗ୍ୟତା ହାସଲ କରିବା ସତ୍ତ୍ୱେ ରେସର ଷ୍ଟାର୍ଟିଂ ଲାଇନରେ ଛିଡ଼ା ହୋଇପାରିବି ନାହିଁ। ଇଞ୍ଜୁରି କାରଣରୁ ମୁଁ ୯ଟି ବୃହତ ପ୍ରତିଯୋଗିତା ମିସ କରିସାରିଛି। ଆଜି ମୋ ପାଖରେ ପ୍ରତ୍ୟାବର୍ତ୍ତନର କାହାଣୀ ନାହିଁ। ମୁଁ ଏବେ ଯନ୍ତ୍ରଣାରେ ଅଛି’ ବୋଲି ସେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri