Posted inଜାତୀୟ

ଅଜିତ ପାଓ୍ବାରଙ୍କୁ ବଡ଼ ଝଟ୍‌କା: ହାତ ଛାଡିଦେଲେ ୪ ଶୀର୍ଷ ନେତା

ପୁଣେ,୧୭ା୭:ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ନ୍ୟାଶନାଲ କଂଗ୍ରେସ ପାର୍ଟି (ଏନ୍‌ସିପି)ର ୪ ଜଣ ଶୀର୍ଷ ନେତା ବୁଧବାର ଦଳ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ଦଳର ପିମ୍ପ୍ରି-ଚିଞ୍ଚଓ୍ବାଡ ୟୁନିଟ୍‌ ସଭାପତି ଅଜିତ ଗବହାନେ ଅଛନ୍ତି। ତାଙ୍କ ସମେତ ୪ ନେତା ଏନ୍‌ସିପି ସଭାପତି ସୁନୀଲ ଟାଟ୍‌କାରେଙ୍କୁ ଇସ୍ତଫାପତ୍ର ଦେଇଛନ୍ତି। ସେମାନେ ଶରଦ ପାଓ୍ବାରଙ୍କ ନେତୃତ୍ୱାଧୀନ ଏନ୍‌ସିପିରେ ଯୋଗଦେବେ ବୋଲି ଗବହାନେ କହିଛନ୍ତି। ଦଳ ଛାଡ଼ିଥିବା ଅନ୍ୟ ନେତାମାନେ ହେଲେ ପିମ୍ପ୍ରି-ଚିଞ୍ଚଓ୍ବାଡ ଛାତ୍ର ସଂଗଠନ ମୁଖ୍ୟ ୟାଶ ସାନେ, ପୂର୍ବତନ କର୍ପୋରେଟର ରାହୁଲ ଭୋସଲେ ଏବଂ ପଙ୍କଜ ଭାଲେକର। ଦଳର ପୂର୍ବତନ ସଦସ୍ୟମାନେ ଫେରିବାକୁ ଚାହଁିଲେ, ସେମାନଙ୍କୁ ସ୍ବାଗତ କରାଯିବ ବୋଲି ଶରଦ ପାଓ୍ବାର ପୂର୍ବରୁ ସୂଚନା ଦେଇଥିଲେ। ତେବେ ଯେଉଁମାନେ ଦଳକୁ ଦୁର୍ବଳ କରିବାକୁ ଚାହିଁଥିଲେ, ସେମାନଙ୍କୁ ନିଆଯିବ ନାହିଁ ବୋଲି ସେ ସ୍ପଷ୍ଟ କରିଦେଇଥିଲେ। ଲୋକ ସଭା ନିର୍ବାଚନରେ ଅଜିତ ପାଓ୍ବାରଙ୍କ ଦଳର ଶୋଚନୀୟ ପ୍ରଦର୍ଶନ ପରେ ଦଳରେ ଚାପ ବଢ଼ୁଛି। ଏହି ଦଳ ଗୋଟିଏ ଲୋକ ସଭା ଆସନ ଜିତିବାକୁ ସକ୍ଷମ ହୋଇଥିବାବେଳେ ଶରଦଙ୍କ ଦଳ ୮ଟି ଆସନରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri