Posted inଖେଳ

ଚେନ୍ନାଇକୁ ଲାଗିଲା ବଡ଼ ଝଟ୍‌କା: ଏହି ଖେଳାଳି ଟୁର୍ନାମେଣ୍ଟରୁ ପ୍ରତ୍ୟାହାର କଲେ ନାଁ

ଚେନ୍ନାଇ,୧।୪: କ୍ରିକେଟରଙ୍କ ପାଇଁ ବାୟୋ ବବଲର ପରିବେଶ ସହଜ ନୁହେଁ । ଖେଳାଳିମାନେ ଗୋଟିଏ ସିରିଜରୁ ଅନ୍ୟ ସିରିଜକୁ ବିନା ବିରତିରେ ଯାଉଛନ୍ତି। ଏପରି ପରିସ୍ଥିତିରେ ଖେଲାଳିଙ୍କର ମାନସିକ ଏବଂ ଶାରୀରିକ ଅବସ୍ଥା ବହୁତ ପ୍ରଭାବିତ ହେଉଛି। ବାୟୋ ବବୁଲ ଭୟ ହେତୁ ଅନେକ ଖେଳାଳି ଆଇପିଏଲ ଟୁର୍ନାମେଣ୍ଟରୁ ସେମାନଙ୍କ ନାମ ପ୍ରତ୍ୟାହାର କରୁଛନ୍ତି। ଏଭଳି ପରିସ୍ଥିତିରେ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ ଖୋଲିବା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସକୁ ଏକ ଝଟ୍‌କା ଲାଗିଛି। ମିଳିଥିବା ସୂଚନା ଅନୁଯାୟୀ, ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଜୋଶ ହେଜେଲଉଡ ଆଇପିଏଲର ୧୪ତମ ସିଜିନରୁ ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। ଆଇସିସି ଟି -୨୦ ବିଶ୍ୱକପ ପୂର୍ବରୁ ଇଣ୍ଡିଆନ ପ୍ରିମିୟର ଲିଗ ଟୁର୍ନାମେଣ୍ଟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ।

ଜୋଶ ହେଜେଲଉଡ ଟି-୨୦ ଟୁର୍ନାମେଣ୍ଟରୁ ପ୍ରତ୍ୟାହାର କରିଥିବା ପ୍ରଥମ ଅଷ୍ଟ୍ରେଲୀୟ ଖେଳାଳି ନୁହଁନ୍ତି। ତାଙ୍କ ପୂର୍ବରୁ ମିଚେଲ ମାର୍ଶ ମଧ୍ୟ ନାମ ପ୍ରତ୍ୟାହାର କରିଛନ୍ତି। ମାର୍ଶ ସନରାଇଜର୍ସ ହାଇଦ୍ରାବାଦର ଏକ ଅଂଶ ଥିଲେ। ବାୟୋ ବବଲରେ ରହିବା ପରିବର୍ତ୍ତେ ନିଜ ଘରେ ରହିବାକୁ ଏବଂ ଆରାମ କରିବାକୁ ଚାହାଁନ୍ତି। ହେଜେଲଉଡ୍‌ କହିଛନ୍ତି ଯେ. ଆମେ ପ୍ରାୟ ୧୦ ମାସ ଧରି ବାୟୋ ବବଲ ଏବଂ କ୍ୱାରାଣ୍ଟାଇନ୍‌ରେ ରହୁଛୁ, ତେଣୁ ମୁଁ କ୍ରିକେଟରୁ ବିଶ୍ରାମ ନେବାକୁ ନିଷ୍ପତ୍ତି ନେଇଛି। ମୁଁ ଆଗାମୀ କିଛି ଦିନ ପରିବାର ସହିତ ବିତାଇବାକୁ ଚାହୁଁଛି। ମୁଁ ଆଗାମୀ ଦୁଇ ମାସ ପାଇଁ ଅଷ୍ଟ୍ରେଲିଆରେ ରହିବାକୁ ଚାହୁଁଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଆଇପିଏଲ ୧୪ରୁ ନିଜ ନାମ ପ୍ରତ୍ୟାହାର କରିଥିବା ଅଷ୍ଟ୍ରେଲୀୟ ଖେଳାଳିମାନେ ହେଲେ: ଜୋସ ହାଜଲେଉଡ, ମିଚେଲ ମାର୍ଶ, ଜୋଶ ଫିଲିପ।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri