ନିର୍ବାଚନ ପରେ ଗ୍ରାହକଙ୍କୁ ବଡ଼ ଝଟ୍‌କା, ୫୦ରୁ ୨୫୦ ଯାଏଁ ମହଙ୍ଗା ହେବ ମୋବାଇଲ ରିଚାର୍ଜ!

ନୂଆଦିଲ୍ଲୀ,୧୪।୫: ଲୋକ ସଭା ନିର୍ବାଚନ ପରେ କୋଟି କୋଟି ମୋବାଇଲ ୟୁଜର୍ସଙ୍କୁ ଏକ ବଡ଼ ଝଟକା ଳାଗିବାକୁ ଯାଉଛି। ସୂଚନା ଅନୁଯାୟୀ, ଟେଲିକମ କମ୍ପାନୀଗୁଡିକ ମୋବାଇଲ ତାରିଫ୍‌ ବୃଦ୍ଧି କରିବାକୁ ଯାଉଛନ୍ତି। ଏହା ୨୫ ପ୍ରତିଶତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏକ ରିପୋର୍ଟରେ କୁହାଯାଇଛି ଯେ, କମ୍ପାନୀଗୁଡିକ 5G ରେ ବିପୁଳ ପୁଞ୍ଜି ବିନିଯୋଗ କରିଛନ୍ତି। ଏଭଳି ପରିସ୍ଥିତିରେ କମ୍ପାନୀଗୁଡିକ ଲାଭ ପାଇବା ପାଇଁ ମୋବାଇଲ ଅପରେଟରମାନେ ୨୫ ପ୍ରତିଶତ ତାରିଫ୍‌ ବୃଦ୍ଧି କରିବାକୁ ଯାଉଛନ୍ତି।

ସୂଚନା ଅନୁଯାୟୀ, ଏହି ବୃଦ୍ଧି ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଦେଖିବାକୁ ମିଳିବ। ଉଭୟ ପୋଷ୍ଟପେଡ ଏବଂ ପ୍ରିପେଡ ଯୋଜନା ପୂର୍ବ ଅପେକ୍ଷା ମହଙ୍ଗା ହୋଇପାରେ। ଅନ୍ୟପକ୍ଷରେ, ଇଣ୍ଟରନେଟ ରିଚାର୍ଜ ପ୍ୟାକ୍‌ରେ ମଧ୍ୟ ବୃଦ୍ଧି ପାଇପାରେ। ତେବେ ଏପରି ବୃଦ୍ଧି ସାଧାରଣ ଲୋକଙ୍କୁ ପ୍ରଭାବିତ କରିବ। ଯଦି ଆପଣ ପ୍ରତି ମାସରେ ୨୦୦ ଟଙ୍କା ରିଚାର୍ଜ କରନ୍ତି, ତେବେ ଏହା ଆଗକୁ ୫୦ ଅଧିକ ଟଙ୍କା ବୃଦ୍ଧି ପାଇବ। ଏହାର ଅର୍ଥ ଆପଣ ୨୦୦ ସ୍ଥାନରେ ୨୫୦ ଟଙ୍କାର ରିଚାର୍ଜ କରିବେ। ଅନ୍ୟପକ୍ଷରେ, ଯଦି ଆପଣ ୫୦୦ ଟଙ୍କା ରିଚାର୍ଜ କରନ୍ତି, ତେବେ ଏହା ୨୫ ପ୍ରତିଶତ ବୃଦ୍ଧି ହୋଇ ଅଧିକ ୧୨୫ ଟଙ୍କା ଦେବାକୁ ପଡିବ। ଯଦି ଆପଣ ୧୦୦୦ ଟଙ୍କା ରିଚାର୍ଜ କରନ୍ତି, ତେବେ ଏହାର ମୂଲ୍ୟ ୨୫୦ ଟଙ୍କା ବୃଦ୍ଧି ପାଇ ୧୨୫୦ ଟଙ୍କା ଦେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri