Posted inଖେଳ

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା: ଦଳରୁ ବାଦ୍‌ ପଡ଼ିଲେ ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳି

ନୂଆଦିଲ୍ଲୀ,୧୧।୩: ଟି-୨୦ ବିଶ୍ୱକପ ୨୦୨୪ ଜୁନରେ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଆରମ୍ଭ ହେବ। ଏହି ଟୁର୍ନାମେଣ୍ଟ ପୂର୍ବରୁ ଟିମ ଇଣ୍ଡିଆ ଏକ ବଡ ଝଟ୍‌କା ଲାଗିଛି। ଦ୍ରୁତ ବୋଲର ମହମ୍ମଦ ଶାମି ବିଶ୍ୱ ସ୍ତରୀୟ ଟୁର୍ନାମେଣ୍ଟରୁ ବାଦ୍‌ ପଡିଛନ୍ତି। ଭାରତ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ସଚିବ ଜୟ ଶାହା ଏହା ନିଶ୍ଚିତ କରିଛନ୍ତି। ସେ କହିଛନ୍ତି, ବାଂଲାଦେଶ ବିପକ୍ଷ ଘରୋଇ ସିରିଜରେ ଷ୍ଟାର ବୋଲରଙ୍କୁ ଦେଖିବାକୁ ମିଳିବ। ଏଭଳି ପରିସ୍ଥିତିରେ ତାଙ୍କ ପାଇଁ ଆଇପିଏଲ ୨୦୨୪ରେ ଖେଳିବା ମଧ୍ୟ କଷ୍ଟକର।
ଦିନିକିଆ ବିଶ୍ୱକପ ୨୦୨୩ରେ ଭାରତ ପାଇଁ ସର୍ବାଧିକ ଉଇକେଟ ନେଇଥିବା ଦ୍ରୁତ ବୋଲର ଶାମି ନିକଟରେ ଗୋଇଠି ଅସ୍ତ୍ରୋପଚାର ପାଇଁ ଲଣ୍ଡନ ଯାଇଥିଲେ। ସେ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଏବେ ଖବର ଆସିଛି ଯେ ସେ ସେପ୍ଟେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ଦୁଇଟି ଟେଷ୍ଟ ଏବଂ ତିନୋଟି ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌ରେ ବାଂଲାଦେଶ ବିପକ୍ଷରେ ଖେଳୁଥିବା ଦେଖିବାକୁ ମିଳିବ। ବିସିସିଆଇ ସଚିବ ଜୟ ଶାହା କହିଛନ୍ତି, ଶାମି ଅସ୍ତ୍ରୋପଚାର କରିଛନ୍ତି, ସେ ଭାରତ ଫେରିଛନ୍ତି। ଶାମି ବାଂଲାଦେଶ ବିପକ୍ଷ ଘରୋଇ ସିରିଜକୁ ଫେରିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?