Posted inଖେଳ

ନ୍ୟୁଜିଲାଣ୍ଡକୁ ବଡ଼ ଝଟ୍‌କା

ଦୁବାଇ,୧୨।୧୧: ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡର ଦଳ ମଧ୍ୟରେ ଟାଇଟଲ ମୁକାବିଲା ୧୪ ନଭେମ୍ବରରେ ଅନୁଷ୍ଠିତ ହେବ। ଏହାପୂର୍ବରୁ କିୱି ଦଳ ଏକ ବଡ଼ ଝଟ୍‌କା ଲାଗିଛି। ଆହତ କାରଣରୁ ଡେଭନ କନୱେ ଫାଇନାଲରୁ ବଞ୍ଚିତ ହେବେ। ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚରେ ସେ ଆହତ ହୋଇଥିଲେ। ଏହି ମ୍ୟାଚରେ କନୱେ ୪୬ ରନର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ସେହିଭଳି ନଭେମ୍ବର ୧୭ରୁ ଭାରତ ବିପକ୍ଷ ଟି -୨୦ ଏବଂ ଟେଷ୍ଟ ସିରିଜରୁ ମଧ୍ୟ କନୱେଙ୍କୁ ବାଦ ଦିଆଯାଇଛି। ନ୍ୟୁଜିଲାଣ୍ଡ ଏକ ବଡ ଝଟ୍‌କାର ସମ୍ମୁଖୀନ ହୋଇଛି।
ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଆଉଟ୍‌ ହେବା ପରେ କନୱେ ତାଙ୍କ ହାତରେ ବ୍ୟାଟ ମାରିଥିଲେ। ଏହା ପରେ ସେ ତାଙ୍କ ହାତରେ ଯନ୍ତ୍ରଣା ଅନୁଭବ କଲେ। ପରେ ସ୍କାନରେ ଦେଖାଗଲା ଯେ ତାଙ୍କ ଡାହାଣ ହାତର ହାଡ ଭାଙ୍ଗି ଯାଇଛି। ଏହି ବିଶ୍ୱକପରେ ନ୍ୟୁଜିଲାଣ୍ଡ ପାଇଁ ଏହା ହେଉଛି ଦ୍ୱିତୀୟ ଝଟକା। ଏହାପୂର୍ବରୁ ଲକି ଫର୍ଗୁସନ ମଧ୍ୟ ଆହତ କାରଣରୁ ବାହର ହୋଇଥିଲା। କନୱେ ଏହି ବିଶ୍ୱକପ୍‌ରେ ୧୦୮.୪୦ ହାରରେ ୬ଟି ମ୍ୟାଚ୍‌ରେ ୧୨୯ ରନ ସ୍କୋର କରିଥିଲେ। ଇଂଲଣ୍ଡ ବିପକ୍ଷ ମ୍ୟାଚରେ ନ୍ୟୁଜିଲାଣ୍ଡ ଚମତ୍କାର ବ୍ୟାଟିଂ କରିଥିଲା। ୧୬୭ ଓଭରରେ କିୱି ଦଳ ୧୯ ଓଭରରେ ହାସଲ କରିଥିଲେ। ଏହି ମ୍ୟାଚରେ କନୱେ ଡାରିଲ ମିଚେଲଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri