Posted inଖେଳ

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର ପ୍ରଥମ ମ୍ୟାଚ ଖେଳିବାକୁ ସକ୍ଷମ ହେବେ ନାହିଁ। ଗତ ମ୍ୟାଚରେ ଲକ୍ଷୌ୍ନ ସୁପର ଜିଆଣ୍ଟସ ଦ୍ୱାରା ମୁମ୍ବାଇ ଇଣ୍ଡିଆନ୍ସ ପରାସ୍ତ ହୋଇଥିଲା। ଏହି ମ୍ୟାଚରେ ମନ୍ଥର ଗତି ହେତୁ ପାଣ୍ଡ୍ୟାଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯାଇଛି। ମୁମ୍ବାଇକୁ ଏହି ମ୍ୟାଚକୁ ୧୮ ରନରେ ହାରିଇବାକୁ ପଡିଥିଲା।
ଲକ୍ଷୌ୍ନ ଦଳ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ ଆସିଥିଲେ। ସେ ୨୦ ଓଭରରେ ୨୧୪ ରନ ସଂଗ୍ରହ କରି ୬ ଉଇକେଟ ହରାଇଥିଲେ। ଏହି ସମୟ ମଧ୍ୟରେ ନିକୋଲାସ ପୁରାଣ ୭୫ ରନ୍‌ର ବିସ୍ଫୋରକ ଖେଳିଥିଲେ। ସେ ୨୯ ବଲରେ ୮ଟି ଛକା ଓ ୫ ଚୌକା ମାରିଥିଲେ। କେଏଲ ରାହୁଲ ୫୫ ରନର ଇନିଂସ ଖେଳିଥିଲେ। ଏହି ମ୍ୟାଚରେ ମନ୍ଥର ଓଭର ହେତୁ ପାଣ୍ଡ୍ୟାଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯାଇଥିଲା। ଏହି ସିଜିନ୍‌ରେ ମୁମ୍ବାଇର ଏହା ଶେଷ ମ୍ୟାଚ ଥିଲା। ଏହି କାରଣରୁ ପାଣ୍ଡ୍ୟା ଆସନ୍ତା ସିଜିନର ପ୍ରଥମ ମ୍ୟାଚ ଖେଳି ପାରିବେ ନାହିଁ। ଟାର୍ଗେଟ୍‌କୁ ପିଛା କରି ମୁମ୍ବାଇ ଦଳ ୨୦ ଓଭରରେ ମାତ୍ର ୧୯୬ ରନ ସ୍କୋର କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାରେ ଉବୁଟୁବୁ ଭାରତୀୟ କ୍ରିକେଟର, ବଡ ଖୁଲାସା କଲେ ଜାଡେଜାଙ୍କ ପତ୍ନୀ

ନୂଆଦିଲ୍ଲୀ,୧୨ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଟିମ୍ ଇଣ୍ଡିଆର ଖେଳାଳିଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri