ତାଲିବାନକୁ ବଡ଼ ଝଟ୍‌କା, ଦେଶ ଛାଡ଼ିବା ପୂର୍ବରୁ ବିମାନ-ରକେଟ ଡିଫେନ୍ସ୍‌ ସିଷ୍ଟମ୍‌ ଅକାମୀ କଲା ଆମେରିକା…

କାବୁଲ/ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ ଏହା ପୂର୍ବରୁ ସୈନ୍ୟବାହିନୀ ଆଫଗାନିସ୍ତାନରେ ଥିବା ଆମେରିକାର ବହୁ ବିମାନ ଏବଂ ରକେଟ ଡିଫେନ୍ସ୍‌ ସିଷ୍ଟମ୍‌କୁ ଅକାମୀ କରି ଦେଇଛନ୍ତି। ଏହା ସହିତ ଅସ୍ତ୍ରଶସ୍ତ୍ର ବୋଝେଇ ଯାନଗୁଡ଼ିକୁ ମଧ୍ୟ ଖରାପ କରି ଦିଆଯାଇଛି। ଆମେରିକା ସୈନ୍ୟ ବାହିନୀ ୭୩ ବିମାନକୁ ଅକାମୀ କରିଛନ୍ତି। ଏହି ବିମାନ ଗୁଡ଼ିକ ଆଉ ଉଡ଼ିପାରିବ ନାହିଁ। ବିମାନ ଗୁଡ଼ିକ ହାମିଦ କରଜଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ପଡିରହିଛି। ଏହା ସହିତ ଆମେରିକାର ବହୁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରକୁ ନଷ୍ଟ କରି ଦିଆଯାଇଛି। ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ଅନୁଯାୟୀ ଆଫଗାନିସ୍ତାନରେ ଥିବା ଆମେରିକା ଅସ୍ତ୍ରଶସ୍ତ୍ରକୁ କେବଳ ଦେଶ ଭିତରେ ହିଁ ବ୍ୟବହାର କରାଯାଇ ପାରିବ। ମାତ୍ର କୌଣସି ରକେଟ ଅବ୍ୟ ଅନ୍ୟ ଅସ୍ତ୍ରଶସ୍ତ୍ରକୁ ଅନ୍ୟ ଦେଶ ବିରୋଧରେ ପ୍ରୟୋଗ କରି ହେବ ନାହିଁ। କାରଣ ଏସବୁର ଲକ୍ଷ୍ୟଭେଦ କ୍ଷମତା କମ୍‌ ରହିଛି। ଫଳରେ ଏବେ ଆଫଗାନିସ୍ତାନ ଅଲୋଡ଼ା ଅସ୍ତ୍ରଶସ୍ତ୍ରର ଗଦା ପାଲଟିଛି। ଏହାକୁ ତାଲିବାନ ବ୍ୟବହାର କରିପାରିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri