Posted inଜାତୀୟ

କଂଗ୍ରେସକୁ ବଡ଼ ଝଟକା: କମଲନାଥ ଇସ୍ତଫା ଦେଇଥିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ! …

ନୂଆଦିଲ୍ଲୀ,୧୭।୨ : ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟକା ଲାଗିଛି। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ କଂଗ୍ରେସରୁ ଇସ୍ତଫା ଦେଇ ଥିବା କୁହାଯାଉଛି। କମଲ ନାଥ ଦଳର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ବୋଲି ଚର୍ଚ୍ଚା ହେଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ତାଙ୍କ ପୁଅ ନକୁଲ ନାଥଙ୍କ ସହ ଭାଜପାରେ ଯୋଗ ଦେଇପାରନ୍ତି। ତାଙ୍କ ସହିତ ପ୍ରାୟ ୨୩ଜଣ କଂଗ୍ରେସ ବିଧାୟକ ଏବଂ ପୂର୍ବତନ ବିଧାୟକଙ୍କ ସହ ଭାଜପାରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। କମଲ ନାଥ ତାଙ୍କ ପୁଅ ନକୁଲ ନାଥଙ୍କ ସହ ଦିଲ୍ଲୀରେ ପହଞ୍ଚି କଂଗ୍ରେସ ହାଇକମାଣ୍ଡଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ବୋଲି କୁହାଯାଉଛି। କୁହାଯାଉଛି ଯେ କମଲ ନାଥ ପାର୍ଟି ହାଇକମାଣ୍ଡଙ୍କ ଉପରେ ଅସନ୍ତୁଷ୍ଟ ଥିଲେ।

ସେ କଂଗ୍ରେସ ମହା ସଚିବ କେସି ଭେନୁଗୋପାଳଙ୍କୁ ନିଜର ଇସ୍ତଫା ପ୍ରଦାନ କରି ଥିବା କୁହାଯାଉଛି।

ମଧ୍ୟପ୍ରଦେଶ ସଂଗଠନରେ ପୁନର୍ଗଠନ ଏବଂ କମଲ ନାଥଙ୍କୁ ରାଜ୍ୟ ସଭାପତି ପଦରୁ ହଟାଇବା ପରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ସିଏମ କମଲ ନାଥ ଏଥିରେ ଅସନ୍ତୁଷ୍ଟ ହୋଇଥିଲେ। ଦିଲ୍ଲୀରେ ଚାଲିଥିବା ଭାଜପାର ଦୁଇ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ପରେ ଅନେକ ବଡ଼ ରାଜନୈତିକ ବିସ୍ଫୋରଣ ଘଟିପାରେ। ଭାଜପାରେ ବହୁ କଂଗ୍ରେସ ନେତାଙ୍କୁ ସାମିଲ କରାଯିବ ବୋଲି ଚର୍ଚ୍ଚା ହେଉଛି। ତେବେ କମଲ ନାଥ ଭାଜପାରେ ଯୋଗଦେବା ନେଇ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି।

କମଲନାଥ ୯ ଥର ଛିନ୍ଦୱାରା ଏମପି ଥିଲେ। ବର୍ତ୍ତମାନ ତାଙ୍କ ପୁଅ ନକୁଲନାଥ ସେଠାରୁ ଏମପି ଅଛନ୍ତି। ଛିନ୍ଦୱାରାରୁ କମଲ ନାଥଙ୍କ ବିଜୟ ପଛରେ ଅନେକ କାରଣ ରହିଛି। ସେ ଏହି ଅଞ୍ଚଳେରେ ସ୍କୁଲ ଏବଂ କଲେଜ ଖୋଲିଥିଲେ, ଏହା ବ୍ୟତୀତ ୱେଷ୍ଟର୍ଣ୍ଣ କୋଇଲଫିଲ୍ଡସ ଏବଂ ହିନ୍ଦୁସ୍ତାନ ୟୁନିଲିଭର, କପଡା ମେକିଂ ଟ୍ରେନିଂ ଇନଷ୍ଟିଚ୍ୟୁଟ ଏବଂ ଡ୍ରାଇଭର ଟ୍ରେନିଂ ଇନଷ୍ଟିଚ୍ୟୁଟ ଭଳି କମ୍ପାନୀର ଶ୍ରେୟ ମଧ୍ୟ କମଲ ନାଥଙ୍କୁୁ ପ୍ରଦାନ ଯାଇଥାଏ। ଯେଉଁ କାରଣରୁ ସେଠାକାର ଲୋକମାନେ ଚାକିରି ପାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri