Posted inଖେଳ

ଭାରତୀୟ ଦଳକୁ ବଡ଼ ଝଟ୍‌କା: ଆହତ ହୋଇ ସିରିଜ୍‌ରୁ ବାଦ୍‌ ପଡିଲେ ଏହି ଖେଳାଳି

ସିଡନୀ,୫।୧: ଅଷ୍ଟ୍ରେଲିଆ ବିପକ୍ଷ ବାକି ଦୁଇଟି ଟେଷ୍ଟରୁ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲଙ୍କୁ ବାଦ ଦିଆଯାଇଛି। ଓପନିଂ ବ୍ୟାଟିଂ, ମିଡିଲ ଅର୍ଡର ବ୍ୟାଟିଂ ତଥା ଉଇକେଟ କିପିଂର ବିକଳ୍ପ ଭାବେ ରାହୁଲଙ୍କୁ ଏପର୍ଯ୍ୟନ୍ତ ଟେଷ୍ଟ ସିରିଜରେ ସୁଯୋଗ ମିଳି ନ ଥିଲା, କିନ୍ତୁ ପରିସ୍ଥିତି ବଦଳିବା ସହ ସେ ତୃତୀୟ ଟେଷ୍ଟରେ ଖେଲିବେ ବୋଳି ଆଶା କରାଯାଉଥିଲା। ଜାନୁଆରୀ ୭ ସିଡନୀରେ ଆରମ୍ଭ ହେବାକୁ ଥିବା ତୃତୀୟ ଟେଷ୍ଟ ପୂର୍ବରୁ ଏହି ଖବର ଭାରତୀୟ ଶିବିରକୁ ବଡ୍‌ ଝଟ୍‌କା ଦେଇଛି। ମଙ୍ଗଳବାର ସକାଳେ ଟୁଇଟ କରି ବିସିସିଆଇ ଏହି ସୂଚନା ଦେଇଛି। ପ୍ରେସ ବିଜ୍ଞପ୍ତିରେ ସଚିବ ଜୟ ଶାହା କହିଛନ୍ତି ଯେ, ଅଭ୍ୟାସ ଶିବିରରେ ରାହୁଲ ବ୍ୟାଟିଂ କରୁଥିବା ସମୟରେ ତାଙ୍କ ବାମ ହାତଗୋଡକୁ ଆଘାତ ଲାଗିଥିଲା। ଶନିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଘଟଣା ଘଟିଛି। ଏହି ଆଘାତରୁ ରାହୁଲଙ୍କୁ ସୁସ୍ଥ ହେବାକୁ ଅତିକମରେ ତିନି ସପ୍ତାହ ଲାଗିବ। ସେ ଖୁବ ଶୀଘ୍ର ଅଷ୍ଟ୍ରେଲିଆରୁ ଭାରତ ଯିବେ। ତାଙ୍କୁ ବାଙ୍ଗାଲୋରର ନ୍ୟାସନାଲ କ୍ରିକେଟ ଏକାଡେମୀରେ ଚିକିତ୍ସା କରାଯିବ। ସିରିଜର ତୃତୀୟ ଟେଷ୍ଟ ଜାନୁୟାରୀ ୭ରୁ ସିଡନୀରେ ଖେଳାଯିବ, ଚତୁର୍ଥ ଏବଂ ଶେଷ ମ୍ୟାଚ ୧୫ଜାନୁଆରୀରୁ ବ୍ରିସବେନରେ ହେବ।

UPDATE: KL Rahul ruled out of Border-Gavaskar Trophy.

More details 👉 https://t.co/G5KLPDLnrv pic.twitter.com/S5z5G3QC2L

— BCCI (@BCCI) January 5, 2021


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri