ମାଳଦ୍ୱୀପକୁ ବଡ଼ ଝଟକା: ୧୦,୫୦୦ ହୋଟେଲ ବୁକିଂ-୫,୫୨୦ ଫ୍ଲାଇଟ ଟିକେଟ ବାତିଲ କଲେ ଭାରତୀୟ…

ନୂଆଦିଲ୍ଲୀ,୯।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲାକ୍ଷାଦ୍ୱୀପ ଗସ୍ତ ପରେ ସୋସିଆଲ ମିଡିଆରେ ଶେୟାର କରିଥିବା ଫଟୋ ପରେ ମାଳଦ୍ୱୀପ ଉପରେ ଦେଇଥିବା ବିବୃତ୍ତିରୁ ଆରମ୍ଭ ହୋଇଥିବା ବିବାଦ ସମାପ୍ତ ହେବାର ନା ଧରୁନି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ମାଳଦ୍ୱୀପର ଅନେକ ନେତାଙ୍କ ଆପତ୍ତିଜନକ ମନ୍ତବ୍ୟ ପରେ ଭାରତୀୟମାନେ ମାଳଦ୍ୱୀପ ବୟକଟ ଅଭିଯାନ ଆରମ୍ଭ କରିଛନ୍ତି। ଭାରତୀୟମାନେ ପ୍ରତ୍ୟେକ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲାକ୍ଷାଦ୍ୱୀପର ଫଟୋ ଶେୟାର କରିବା ସହ ଏହାର ସୌନ୍ଦର୍ଯ୍ୟକୁ ପ୍ରଶଂସା କରୁଛନ୍ତି। ଭାରତୀୟଙ୍କ ଏହି ଅସନ୍ତୋଷ ଯୋଗୁ ଗତ ତିନି ଦିନ ମଧ୍ୟରେ ମାଳଦ୍ୱୀପ ପର୍ଯ୍ୟଟନ ଶିଳ୍ପ ଏକ ବଡ଼ ଝଟକା ପାଇଛି।

ପ୍ରଧାନମନ୍ତ୍ରୀଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ପରେ କ୍ରୋଧିତ ହୋଇ ଭାରତୀୟମାନେ ମାଳଦ୍ୱୀପ ଯାତ୍ରାକୁ କ୍ରମାଗତ ଭାବରେ ବାତିଲ କରୁଛନ୍ତି। ସେମାନେ ମାଳଦ୍ୱୀପ ପରିବର୍ତ୍ତେ ଲାକ୍ଷାଦୀପକୁ ଅଗ୍ରାଧିକାର ଦେଉଛନ୍ତି। ଫଳସ୍ବରୂପ, ଭାରତୀୟମାନେ ଏପର୍ଯ୍ୟନ୍ତ ୧୦,୫୦୦ ହୋଟେଲ ବୁକିଂ ଏବଂ ମାଲଦ୍ୱୀପ ପାଇଁ ୫,୫୨୦ ବିମାନ ଟିକେଟ ବାତିଲ କରିଛନ୍ତି। ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମାଳଦ୍ୱୀପ ପ୍ରତି ଭାରତୀୟଙ୍କ ଉପରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଭାରତ ସହ ସମ୍ପର୍କ ନଷ୍ଟ ହେବା ମାଳଦ୍ୱୀପର ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପକାଇବାକୁ ଯାଉଛି। ତେବେ ଭାରତୀୟଙ୍କ ଏହି ପଦକ୍ଷେପ ଭାରତୀୟ ପର୍ଯ୍ୟଟନ ପାଇଁ ଏକ ଲାଇଫ ଲାଇନ ଭାବରେ ବିବେଚନା କରାଯାଉଛି। କାରଣ ଅଧିକାଂଶ ଭାରତୀୟ ବର୍ତ୍ତମାନ ମାଳଦ୍ୱୀପ ପରିବର୍ତ୍ତେ ଲାକ୍ଷାଦ୍ୱୀପ ଯିବାକୁ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri