ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି । ଅନେକଙ୍କୁ ପରୋକ୍ଷ ଭାବେ ସେ ଟାର୍ଗେଟ କରିଛନ୍ତି । ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ, କେତେବେଳେ କଣ ଗେମ୍ ହେବ କିଛି କହି ହେବ ନାହିଁ । ଅପେକ୍ଷା କରନ୍ତୁ, ରାଜନୀତିରେ କିଛି ଅସମ୍ଭବ ନୁହେଁ । କେତେବେଳେ କଣ ହେବ କିଏ କହିବ, ସବୁ ଆଡ଼କୁ ଧ୍ୟାନ ଦେଇଛୁ ।

କେଉଁଠି କିଏ ବକ୍ତବ୍ୟ ଦେଲେ ନଜର ରଖିଛୁ। କେଉଁଠି କିଏ ଭୋଜିଭାତ କରି ମେଳି କଲେ, ତା ଉପରେ ବି ନଜର ରହିଛି । ବହୁତ କିଛି ସମୀକରଣ ୨୦୨୬ ମସିହାରେ ହେବାକୁ ଯାଉଛି ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । କହିରଖୁଛୁ କି, ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ -ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ  । ଯଦି ଓଡ଼ିଶା କଥା ଦେଖିବା ତାହେଲେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ  । ମୁନ୍ନା ଖାଁ, ନିରଞ୍ଜନ ବିଶି, ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ସରିବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ

ଭୁବନେଶ୍ୱର,୧୬।୩: ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ। ସେ ଭୋଟ ଦେଇ ଚୁପ୍‌ଚାପ୍‌ ଚାଲି ଯାଇଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ନ ଦେଇ ଚାଲଯାଇଥିଲେ।…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି,…

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri