ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି । ଅନେକଙ୍କୁ ପରୋକ୍ଷ ଭାବେ ସେ ଟାର୍ଗେଟ କରିଛନ୍ତି । ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ, କେତେବେଳେ କଣ ଗେମ୍ ହେବ କିଛି କହି ହେବ ନାହିଁ । ଅପେକ୍ଷା କରନ୍ତୁ, ରାଜନୀତିରେ କିଛି ଅସମ୍ଭବ ନୁହେଁ । କେତେବେଳେ କଣ ହେବ କିଏ କହିବ, ସବୁ ଆଡ଼କୁ ଧ୍ୟାନ ଦେଇଛୁ ।

କେଉଁଠି କିଏ ବକ୍ତବ୍ୟ ଦେଲେ ନଜର ରଖିଛୁ। କେଉଁଠି କିଏ ଭୋଜିଭାତ କରି ମେଳି କଲେ, ତା ଉପରେ ବି ନଜର ରହିଛି । ବହୁତ କିଛି ସମୀକରଣ ୨୦୨୬ ମସିହାରେ ହେବାକୁ ଯାଉଛି ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । କହିରଖୁଛୁ କି, ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ -ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ  । ଯଦି ଓଡ଼ିଶା କଥା ଦେଖିବା ତାହେଲେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ  । ମୁନ୍ନା ଖାଁ, ନିରଞ୍ଜନ ବିଶି, ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ସରିବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ…

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri