ଗ୍ୟାସ୍‌ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…

କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା। ବିଶେଷ କରି ଆଗକୁ ଆସୁଥିବା ବଡ଼ ବଡ଼ ଭୋଜିଭାତ ଏବଂ ବିବାହ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେବାକୁ ଯାଉଛି।

ସର୍ବଭାରତୀୟ ଏଲପିଜି ଗ୍ୟାସ୍‌ ବିତରକ ସଂଘର ଉପସଭାପତି ବିଶ୍ୱନାଥ ମୁଖାର୍ଜୀଙ୍କ ସୂଚନା ଅନୁଯାୟୀ, ନୂଆ ନିୟମ ଲାଗୁ ହେବା ପରେ ଗ୍ରାହକମାନେ ଆଉ ପୂର୍ବଭଳି ଅମାପ ଗ୍ୟାସ୍‌ ବ୍ୟବହାର କରିପାରିବେ ନାହିଁ। ବର୍ଷିକ ସିଲିଣ୍ଡର ସଂଖ୍ୟା ୧୫ରୁ ୧୨କୁ ହ୍ରାସ ପାଇଥିବାରୁ ଘରୋଇ ଖାଉଟିମାନେ ନିଜର ବ୍ୟବହାରକୁ ସୀମିତ ରଖିବାକୁ ବାଧ୍ୟ ହେବେ। ଏହାର ସବୁଠାରୁ ବଡ଼ ପ୍ରଭାବ ପଡ଼ିବ ସାମାଜିକ ଉତ୍ସବ ଏବଂ ବ୍ୟବସାୟିକ କ୍ଷେତ୍ର ଉପରେ। ବଜାରରେ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ପର୍ଯ୍ୟାପ୍ତ ଉପଲବ୍ଧତା ନ ଥିବାରୁ ବିବାହ କାର୍ଯ୍ୟ ଏବଂ ସାମୂହିକ ଭୋଜି ଆୟୋଜନ କରିବା ଏବେ କଷ୍ଟକର ହୋଇପଡ଼ିବ। ସଂଘ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ବର୍ତ୍ତମାନର ଗ୍ୟାସ ସଙ୍କଟକୁ ଦୃଷ୍ଟିରେ ରଖି ଲୋକମାନେ ସଚେତନ ହେବା ଜରୁରୀ। ଯଦି ଗ୍ୟାସ ବ୍ୟବହାରରେ ସଂଯମତା ରକ୍ଷା କରା ନ ଯାଏ, ତେବେ ଆଗାମୀ ଦିନରେ ଏହି ସଙ୍କଟ ଆହୁରି ଜଟିଳ ରୂପ ଧାରଣ କରିବ, ଯାହା ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନଯାତ୍ରାକୁ ଅସ୍ତବ୍ୟସ୍ତ କରିଦେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

ବୁଧଙ୍କ ବଡ଼ ଗୋଚର: ୩ ରାଶିଙ୍କ ଫିଟିବ ଧନଲାଭର ଯୋଗ, ଚାକିରିରେ ବଡ଼ ପ୍ରମୋଶନ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ସ୍ଥିତିରେ ହେଉଥିବା ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ବିଶ୍ୱାସ ରହିଛି ଯେ ବୁଧ ଗ୍ରହ ହେଉଛନ୍ତି ବୁଦ୍ଧି,…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?