ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି ଅବ୍ୟବସ୍ଥିତ ହୋଇ ପଡ଼ିଥିବା ଡ୍ରେନ ଓ ଅଳିଆ ଆବର୍ଜନା ସଫେଇ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ବ୍ୟାଙ୍କ ସମ୍ମୁଖ ଖୋଲା ପଡ଼ିଆରେ ଜମି ରହିଥିବା କୁଢ଼ କୁଢ଼ ଅଳିଆ ଆବର୍ଜନାକୁ ଜେସିବି ସହାୟତାରେ ହଟାଯାଇଥିଲା। ଏଥିସହ ବଜାର ମଧ୍ୟଦେଇ ଯାଇଥିବା ଡ୍ରେନ୍‌ର ମଧ୍ୟ ସଫେଇ କରାଯାଇଛି।

ସୂଚନା ଅନୁଯାୟୀ, ପ୍ରାୟ ଏକ ଦଶନ୍ଧି ଧରି ଡ୍ରେନ ସଫେଇ ହୋଇ ନ ଥିବାରୁ ଏହା ପୋତି ହୋଇଯାଇଥିଲା। ଫଳରେ ଡ୍ରେନ୍‌ର ଦୁର୍ଗନ୍ଧଯୁକ୍ତ ପାଣି ବାହାରି ରାସ୍ତା ଉପରେ ପ୍ରବାହିତ ହେଉଥିଲା। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଦୀର୍ଘଦିନ ଧରି ଅସନ୍ତୋଷ ଲାଗି ରହିଥିଲା। ସେହିପରି ବ୍ୟାଙ୍କ ସମ୍ମୁଖ ଅଞ୍ଚଳରେ ବଜାରରୁ ବାହାରୁଥିବା ଅଇଁଠା ଖଲିପତ୍ର ସମେତ ଆଖପାଖ ଘରୁ ବାହାରୁଥିବା ଅଳିଆ ଆବର୍ଜନା ଫିଙ୍ଗାଯାଉଥିବାରୁ ଏହି ଅଞ୍ଚଳରେ ଦୁର୍ଗନ୍ଧରେ ନାକ ଫାଟିବା ପରି ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାକୁ ନେଇ ମଧ୍ୟ ସ୍ଥାନୀୟ ଲୋକେ ତୀବ୍ର ଅସନ୍ତୋଷ ପ୍ରକାଶ କରିଆସୁଥିଲେ।

ଏହାବ୍ୟତୀତ ଜନଜାତି ସାପ୍ତାହିକ ହାଟ ବସୁଥିବା ଅଞ୍ଚଳରେ ମଧ୍ୟ ଦୀର୍ଘଦିନ ଧରି କୁଢ଼ କୁଢ଼ ଅଳିଆ ଆବର୍ଜନା ଜମି ରହିଥିଲା। ଫଳରେ ସିମନବାଡ଼ି ଅଞ୍ଚଳର ପରିବେଶ ପ୍ରଦୂଷଣକୁ ନେଇ ଲୋକଙ୍କ ମଧ୍ୟରେ ଉଦ୍ବେଗ ବଢ଼ିଥିଲା। ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପଞ୍ଚାୟତ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସରପଞ୍ଚ ଅମିତା ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ସରପଞ୍ଚ ପ୍ରତିନିଧି ପରମେ ପ୍ରଧାନ ଏବଂ ପଞ୍ଚାୟତ କାର୍ଯ୍ୟର୍ନିବାହୀ ଅଧିକାରୀ ପ୍ରଭାତ ପ୍ରଧାନଙ୍କ ତତ୍ତ୍ୱାବଧାନରେ ସଫେଇ କାର୍ଯ୍ୟ ଜୋରଦାର କରାଯାଇଛି। ଏହି ସଫେଇ କାର୍ଯ୍ୟରେ ଜେସିବି, ଟ୍ରାକ୍ଟର ସହ ଶ୍ରମିକମାନଙ୍କୁ ନିୟୋଜିତ କରାଯାଇଛି। ପଞ୍ଚାୟତ ପକ୍ଷରୁ ଆରମ୍ଭ ହୋଇଥିବା ଏହି ସଫେଇ ଅଭିଯାନକୁ ନେଇ ସ୍ଥାନୀୟ ଲୋକେ ସନ୍ତୋଷ ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?