ପ୍ରଶାସନର ବଡ଼ ପଦକ୍ଷେପ: ବିବାଦୀୟ ଜମିରେ ଲାଗିଲା କଟକଣା

ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲ ଅନ୍ତର୍ଗତ ପୋଡ଼ାମାରିରେ ଜମି ବିବାଦ ଦେଖା ଦେଇଛି। ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ମୌଜାର ଖାତା ନଂ.୧୫୪ ରେ ଥିବା ୩୬ ପ୍ଲଟର ୨୪ ଏକର ୪୬୦ ଡିସିମିଲ ସରକାରୀ ଜମି ଦଖଲକୁ ନେଇ ସାମନ୍ତରାପୁର, ବତାଗଡ ଏବଂ ପୋଡ଼ାମାରି ଗ୍ରାମର କିଛି ବ୍ୟକ୍ତିଙ୍କ ମଧ୍ୟରେ ବିବାଦ ଲାଗିର ହିଛି। ଶନିବାର ବିବାଦୀୟ ଜମିରେ ଉଭୟ ଗୋଷ୍ଠୀର ଲୋକେ ମୁହାଁମୁହିଁ ହୋଇଥିଲେ। ଗୋଷ୍ଠୀ ସଂଘର୍ଷ ଆଶଙ୍କା ଥିବା ଖବରପାଇ ପାଟପୁର ଥାନା ଏସଆଇ ଶ୍ରୀନିବାସ ଦାସ ସଦଳବଳେ ତତକ୍ଷଣାତ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟପକ୍ଷଙ୍କୁ ବୁଝାଶୁଝା କରିବା ପରେ ମଧ୍ୟ ସ୍ଥିତି ଗମ୍ଭୀର ହୋଇପଡ଼ିଥିଲା। ଉଭୟପକ୍ଷ ନିଜ ନିଜ ଜିଦ୍‌ରେ ଅଟଳ ରହିଥିଲେ। ପରେ ସାନଖେମୁଣ୍ଡି ଅତିରିକ୍ତ ତହସିଲଦାର ଦିଲ୍ଲୀପ ଜେନା, ଆସିକା ଏସଡିପିଓ ସନ୍ତୋଷ ଜେନା, ଶେରଗଡ଼ ଥାନା ଆଇଆଇସି ବିରେନ୍ଦ୍ର ଶିଆଳ ୧ ସେକ୍ସନ ଫୋର୍ସ ସହ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟପକ୍ଷଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ତେବେ ଏହି ବିବାଦୀୟ ଜମିରେ ବିଏନଏସଏସ ର ୧୬୩(୨) ଧାରା ଜାରି କରାଯିବା ନିମନ୍ତେ ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଏବଂ ପାଟପୁର ପୋଲିସ ପକ୍ଷରୁ ବ୍ରହ୍ମପୁର ଉପଜିଲାପାଳଙ୍କୁ ଶନିବାର ସନ୍ଧ୍ୟାରେ ଆବେଦନ କରିଥିଲେ। ରବିବାର ପୂର୍ବାହ୍ନରେ ସାନଖେମୁଣ୍ଡି ଅତିରିକ୍ତ ତହସିଲଦାର, ପାଟପୁର ଥାନା ଭାରପ୍ରାପ୍ତ ଆଇଆଇସି ତଥା ଏସଆଇ ଶୁଭଲକ୍ଷ୍ମୀ କହଁର, ଏସଆଇ ଶ୍ରୀନିବାସ ଦାସ, ରାଜସ୍ବ ନୀରିକ୍ଷକ ଏମ.ସୁଦାମ ପୋଲିସ ଫୋର୍ସ ସହ ସାମନ୍ତରାପୁର, ପୋଡ଼ାମାରି ଗ୍ରାମର ଢ଼ିମିରା ସାହି ଏବଂ ବତାଗଡ ଗାଁ ରେ ପହଞ୍ଚି ଉକ୍ତ ବିବାଦୀୟ ଜମିରେ ବ୍ରହ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ବିବିଧ ମାମଲା(ଏମ.ସି) ନଂ.୩୯/୨୫ ଅନୁଯାୟୀ ବିଏନଏସଏସର ୧୬୩(୨) ଧାରାରେ ନିଷେଧାଦେଶ ଜାରି କରାଯାଇଥିବା ଘୋଷଣା କରିଥିବା ବେଳେ ବିବାଦୀୟ ଜମିରେ ରାଜସ୍ବ ବିଭାଗ ପକ୍ଷରୁ ନାଲି ପତାକା ପୋତା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?